Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ପ୍ରିୟଙ୍କା: କହିଲେ ପ୍ରଥମଥର ମୁଁ…

ଥିରୁଭାନନ୍ତପୁରମ୍‌,୨୩।୧୦: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ଓ୍ବାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ମା’ ସୋନିଆ ଗାନ୍ଧୀ, ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ତାଙ୍କ ସହ ଥିଲେ।

ନାମାଙ୍କନ ପୂର୍ବରୁ ପ୍ରିୟଙ୍କା ଗାନ୍ଧୀ ଲୋକଙ୍କୁ ସମ୍ବୋଧିତ କରି କହିଥିଲେ, ୩୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମୁଁ ନିଜ ପାଇଁ ସପୋର୍ଟ ମାଗିବାକୁ ଆସିଛି। ମୋତେ ସୁଯୋଗ ଦିଅ, ମୋର ଦାୟିତ୍ୱ ଆପଣମାନଙ୍କ ପରିଚୟ ଦେବା। ବିପଦରେ ଆପଣମାନେ ବହୁତ ସାହାଯ୍ୟ କରିଛନ୍ତି। ମୁଁ ଆପଣଙ୍କ ପରିବାରର ସଦସ୍ୟ ହେବାକୁ ଆସିଛି। ମୋ ଭାଇ ରାହୁଲ ୮ ହଜାର କିମି ପାଦରେ ଯାତ୍ରା କରିଥିଲେ। ଏହା ଆମର ସଂସ୍କାର। ଆପଣମାନଙ୍କ ସମସ୍ୟା କ’ଣ ମୋତେ କୁହନ୍ତୁ। ମୁଁ ସମସ୍ୟା ଶୁଣିବାକୁ ଆପଣଙ୍କ ଘର ଦୁଆର ମୁହଁକୁ ଆସିଛି। ମୁଁ ଖାର୍ଗେଙ୍କ ନିକଟରେ କୃତଜ୍ଞ।

କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ କାଲପେଟାରେ ଏକ ରୋଡ ଶୋ’ ଆୟୋଜନ କରିଥିଲେ। ଏଥିରେ ୟୁନାଇଟେଡ ପ୍ରଗତିଶୀଳ ଫ୍ରଣ୍ଟ (ୟୁଡିଏଫ୍‌) ନେତା ଓ କର୍ମୀଙ୍କ ସମେତ ହଜାର ହଜାର ଲୋକ ଏକତ୍ରିତ ହୋଇଥିଲେ। ଏହା ମାଧ୍ୟମରେ ପ୍ରିୟଙ୍କା ଗାନ୍ଧୀ ପ୍ରଥମ ଥର ପାଇଁ ନିର୍ବାଚନରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରିୟଙ୍କାଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ସୋନିଆ ଗାନ୍ଧୀ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୩।୧୦: ବୁଧବାର ୨୩ ଅକ୍ଟୋବର ୨୦୨୪ରେ କେରଳର ୱାୟନାଡ ଲୋକ ସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ...

ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି…

ନୂଆଦିଲ୍ଲୀ,୨୩।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ...

ମହାରାଷ୍ଟ୍ର ନିର୍ବାଚନ ପାଇଁ ଏନସିପି ଜାରି କଲା ପ୍ରାର୍ଥି ତାଲିକା, ବାରାମତିରୁ ଲଢିବେ ଅଜିତ ପାଓ୍ବାର

ମୁମ୍ବାଇ,୨୩।୧୦: ଅଜିତ ପାୱାରଙ୍କ ନେତୃତ୍ୱାଧୀନ ଏନସିପି ବୁଧବାର ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ୩୮ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।...

ଜେଲରୁ ମୁକୁଳି ୨୧ ଥର ‘ଭାରତ ମାତା କୀ ଜୟ’ କହିଲେ ଯୁବକ: ଜାଣନ୍ତୁ କ’ଣ କରିଥିଲେ ଦୋଷ

ଭୋପାଳ, ୨୩।୧୦:ଭାରତରେ ରହି ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିବା ଫୈଜଲ ନାମକ ଜଣେ ଯୁବକ ମଙ୍ଗଳବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋପାଳର ମିସ୍‌ରୌଦ ଥାନାରେ...

ହାସିନାଙ୍କ ପାଇଁ ବାଂଲାଦେଶରେ ପୁଣି ବଢିଲା ଉତ୍ତେଜନା, ବିପଦରେ ରାଷ୍ଟ୍ରପତି ଆସନ!

ଢାକା,୨୩।୧୦: ଶେଖ ହାସିନା ବାଂଲାଦେଶ ଛାଡିଛନ୍ତି। ବର୍ତ୍ତମାନ ସେ ଭାରତରେ ଅଛନ୍ତି। କିନ୍ତୁ ତାଙ୍କ ପାଇଁ ବାଂଲାଦେଶରେ ପୁଣି ଥରେ ଉାତ୍ତଜନା ଦେଖାଦେଇଛି। ସେ ତାଙ୍କ...

ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ମୁମ୍ବାଇ,୨୩।୧୦: ବମ୍ବେ ହାଇକୋର୍ଟ ବୁଧବାର ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହୋଟେଲ ବ୍ୟବସାୟୀ ଜୟା ଶେଟ୍ଟି ମାମଲାରେ ସେ ଏହି ଜାମିନ ପାଇଛନ୍ତି।...

ମଦ ଉପରେ ୩୪ ବର୍ଷର ପୁରୁଣା ନିଷ୍ପତ୍ତି ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧୦: ସୁପ୍ରିମକୋର୍ଟର ୯ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଇଣ୍ଡଷ୍ଟ୍ରିୟାଲ୍‌ ଆଲକହଲ ଉପରେ କେନ୍ଦ୍ରର ଅଧିକାରକୁ ୮:୧ ଅନୁପାତରେ ରଦ୍ଦ କରିଦେଇଛି। ସୁପ୍ରିମକୋର୍ଟର ସାମ୍ବିଧାନିକ ଖଣ୍ଡପୀଠ ବୁଧବାର...

ନଭେମ୍ବର ୪ରେ ଆରମ୍ଭ ହେବ ଜମ୍ମୁ-କଶ୍ମୀର ବିଧାନସଭା ଅଧିବେଶନ, ଭାଜପାକୁ ମିଳିପାରେ ଉପ ବାଚସ୍ପତି ପଦ

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀର ବିଧାନସଭାର ପ୍ରଥମ ଅଧିବେଶନ ନଭେମ୍ବର ୪ରୁ ଆରମ୍ଭ ହେବ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ମଙ୍ଗଳବାର ଅଧିବେଶନ ନେଇ ଘୋଷଣା କରିଛନ୍ତି। ଲେଫ୍ଟନାଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri