ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି।

ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ ବ୍ୟାହତ ଘଟିଥିଲା ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଉଭୟ ସଂଘ ମଧ୍ୟରେ ଆଲୋଚନା ଓ ବୁଝାମଣା ଫଳରେ ଏବେ କୋରାପୁଟ ଜିଲାରେ ବସ୍‌ ଚଳାଚଳ ସ୍ବାଭାବିକ ହୋଇଛି। ସାଧାରଣ ଯାତ୍ରୀଙ୍କ ସ୍ବାର୍ଥକୁ ସର୍ବଦା ପ୍ରାଧାନ୍ୟ ଦେବାକୁ ପରିବହନ ବିଭାଗ, ଉଭୟ ସଂଘ ଓ ଜିଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Share