ବିଜେଡି ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ଶୋଭାଯାତ୍ରା

ଆଠଗଡ,୨୩।୫(ସତ୍ୟ ପ୍ରସାଦ ରଥ):କଟକ ଲୋକସଭା କ୍ଷେତ୍ରର ବିଜୁଜନତା ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ଆଠଗଡ଼ ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରଚାର କାର୍ଯ୍ୟ ଜୋରଦାର କରିଛନ୍ତି। ବୁଧବାର ଆଠଗଡ ବ୍ଲକର ଏକ ନମ୍ବର ଯୋନରେ ଏକ ବାଇକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ବ୍ଲକର ତରଡିଙ୍ଗ ଗ୍ରାମରୁ ଏହି ଶୋଭାଯାତ୍ରା ବାହାରି ଯୋରନ୍ଦା, ଗୋପିନାଥ ପୁର,ଦୋରଡ,ସଠିଲୋ, ବାସୁଦେବପୁର, ସମସରପୁର, ଚେରେଇ ପାଟଣା, ରଘୁନାଥପୁର, ଇଚ୍ଛାପୁର, ଜେନା ପଦା, ବଡ଼ଭୂଇଁ, ଖୁଣ୍ଟ କଟା ଆଦି ପଞ୍ଚାୟତ ବୁଲିଥିଲା। ପୂର୍ବତନ କଟକ ଜିଲା ପରିଷଦ ଉପାଧ୍ୟକ୍ଷ ସୁନୀଲ ପରିଡା ଓ କଟକ ଜିଲା ବିଜେଡି ଉପସଭାପତି ନୃସିଂହ ମହାପାତ୍ରଙ୍କ ନେତୃତ୍ୱରେ ବହୁ ସଂଖ୍ୟାରେ ମୋଟର ସାଇକେଲଆରୋହୀ ଏଥିରେ ଯୋଗଦେଇଥିଲେ। ରାସ୍ତା କଡ଼ରେ ବହୁସଂଖ୍ୟାରେ ମହିଳା ଓ ଯୁବତୀ ଉଭୟ ପ୍ରାର୍ଥୀଙ୍କୁ ପୁଷ୍ପମାଲ୍ୟ ଓ ଉତ୍ତରୀୟ ଦେଇ ସ୍ବାଗତ କରିଥିଲେ। ଏହି ଶୋଭାଯାତ୍ରାରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର...

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image