ଟାଟା ଷ୍ଟିଲ୍‌କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ ପୁରସ୍କାର’ ଦିଆଯାଇଛି। ଏପରିକି କମ୍ପାନୀର ଫେରୋ ଆଲଏଜ୍‌ ଆଣ୍ଡ ମିନେରାଲ୍ସ ଡିଭିଜନ(ଏଫ୍‌ଏଏମ୍‌ଡି)କୁ ଏହି ପୁରସ୍କାର ଉତ୍ପାଦକତା ଦିବସ-୨୦୨୪ ପାଳନ ସମାରୋହରେ ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ରାଜ୍ୟ ଉତ୍ପାଦକତା ପରିଷଦ ପକ୍ଷରୁ ଜାତୀୟ ଉତ୍ପାଦକତା ପରିଷଦ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀର ସୁକିନ୍ଦା କ୍ରୋମାଇଟ୍‌ ଖଣି ମୁଖ୍ୟ ଦେବରାଜ ତିୱାରୀ,ଲଜିଷ୍ଟିକ୍ସ ମୁଖ୍ୟ ଅମିତ ଚୌବେ, ସପ୍ଲାଏ ଚେନ୍‌ ସିନିୟର ଏରିଆ ମ୍ୟାନେଜର ସୌମ୍ୟ ବସୁ, ଆଇଟି ବିଭାଗ ଡେପୁଟି ମ୍ୟାନେଜର ଦେବଜ୍ୟୋତି ପତି ପ୍ରମୁଖ ସମ୍ମାନ ସମାରୋହରେ ଯୋଗ ଦେଇ ଏହି ପୁରସ୍କାର ଗ୍ରହଣ କରିଥିଲେ।
ସେହିଭଳି ଚଳିତ ବର୍ଷ ଫେବୃଆରୀରେ ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଉତ୍ପାଦକତା’ ଶୀର୍ଷକ ବିଷୟ୍‌ବସ୍ତୁ ଉପରେ ଆୟୋଜିତ ଏକ ଭର୍ଚୁଆଲ୍‌ ପ୍ରତିଯୋଗିତା ପାଇଁ ଉପସ୍ଥାପନା ଆଧାରରେ ଏଫ୍‌ଏଏମ୍‌ଡିକୁ ଏହି ସମ୍ମାନଜନକ ପୁରସ୍କାର ବର୍ଗରେ ମନୋନୀତ କରାଯାଇଥିଲା।

ଏ ସମ୍ପର୍କରେ ଏଫ୍‌ଏଏମ୍‌ଡିର ଏକଜିକ୍ୟୁଟିଭ ଇନ୍‌ଚାର୍ଜ ପଙ୍କଜ ସତିଜା କହିଛନ୍ତି,ଏହି ପୁରସ୍କାର ଆମର ସମସ୍ତ ଅଂଶୀଦାରଙ୍କ ପାଇଁ ଏକ ସମ୍ମାନ ହୋଇଥିଲାବେଳେ ଏକ ଦୀର୍ଘସ୍ଥାୟୀ ଅଭିବୃଦ୍ଧି ତଥା ମୂଲ୍ୟବୋଧ ସୃଷ୍ଟି କରିବା ଲାଗି ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୋଗ କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ରହିଛୁ। ଏପରିକି ନୂତନ ଓ ଅଭିନବ ପଦକ୍ଷେପ ମାଧ୍ୟମରେ ଉତ୍ପାଦକତା ବୃଦ୍ଧି ଏବଂ ଜଳ ପରିଚାଳନା ପାଇଁ ଆମର ନିରନ୍ତର ପ୍ରୟାସକୁ ଏହି ପୁରସ୍କାର ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri