ବାଲିଗୁଡ଼ାରେ ସଂରକ୍ଷଣ ରାୟକୁ ବିରୋଧ

ବାଲିଗୁଡ଼ା,୨୧ା୮(ସଞ୍ଜୟ କୁମାର ପାଣିଗ୍ରାହୀ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ହୋଇଥିବା ଭାରତ ବନ୍ଦ ଡାକରାର ପ୍ରଭାବ ବାଲିଗୁଡ଼ା ଟାଉନ୍‌ରେ ଦେଖିବାକୁ ମିଳିଛି। ଏଠାରେ ଭାରତ ବନ୍ଦର ଡାକରାକୁ ଦୃଷ୍ଟିରେ ରଖି କେବଳ ଯାତ୍ରୀବାହୀ ବସ୍‌ ଓ ଅଟୋ ଚଳାଚଳ ବନ୍ଦ ରହିଥିଲା। ଦୋକାନ ବଜାର, ସ୍କୁଲ, କଲେଜ ଓ ସରକାରୀ ଓ ବେସରକାରୀ ଅନୁଷ୍ଠାନ ସବୁ ଖୋଲା ରହିଥିବା ଦେଖିବାକୁ ମିଳିଥିଲା। ଯାତ୍ରୀବାହୀ ବସ୍‌ ଓ ଅଟୋ ଚଳାଚଳ ବନ୍ଦ ରହିଥିବାରୁ ଯାତ୍ରୀ ତଥା ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସମଗ୍ର ବାଲିଗୁଡ଼ା ଟାଉନର ପ୍ରତ୍ୟେକ ଛକ ଓ ଗହଳିପୂର୍ଣ୍ଣ ସ୍ଥାନଗୁଡ଼ିକରେ ଥାନାଧିକାରୀ ସୁଶାନ୍ତ କୁମାର ସାହୁଙ୍କ ନେତୃତ୍ୱରେ ପୋଲିସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଉଥିଲେ ରାଜସ୍ବ ନିରୀକ୍ଷକ: ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ,୧୭।୯: ଓଡ଼ିଶା ଭିଜିଲାନ୍ସ ଗତ କିଛି ଦିନ ଧରି ଦୁର୍ନୀତିଗ୍ରସ୍ଥ ଅଧିକାରୀ ମାନଙ୍କ ଉପରେ ଚଢ଼ାଉ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଢେଙ୍କାନାଳ ସଦର...

ଚୋରି ଟ୍ରକ ଘଟଣାରେ ଜଣେ ଗିରଫ ଜଣେ ଫେରାର

ଗୋପାଳପୁର, ୧୭।୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଶନିବାର ବିଳମ୍ବିତ ରାତିରେ ହଳଦିଆପଦର ଗ୍ରାମ ନିକଟରେ ପାର୍କିଂ ଅବସ୍ଥାରେ ଥିବା ଏକ ଟ୍ରକ ଚୋରି...

ଜନ୍ମ ଦିନରେ ମା’ ହିରାବେନଙ୍କୁ ମନେ ପକାଇଛନ୍ତି ମୋଦି

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର...

ଦାରିଙ୍ଗବାଡିରେ ମହିଳାଙ୍କ ବଢ଼ିଲା ଉତ୍ସାହ: ସୁଭଦ୍ରା ଟଙ୍କାପାଇ..

ଦାରିଙ୍ଗବାଡି,୧୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ ପଡିଆଠାରେ ସୁଭଦ୍ରା ଯୋଜନାର ଲୋକାର୍ପିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଓଡ଼ିିଶା ଜୀବିକା ମିଶନର ବିପିଏମ ପିଣ୍ଟୁ ନାୟକଙ୍କ...

କାରଖାନାରେ ଅଘଟଣ: ଷ୍ଟ୍ରକ୍ଚର ପଡ଼ି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ୫ ଗୁରୁତର

ଝାରସୁଗୁଡ଼ା,୧୭।୯: ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ...

ମୋଦିଙ୍କ ଜନ୍ମଦିନକୁ ବିରୋଧ କରି ଚା’ ବିକିଲେ ଯୁବ କଂଗ୍ରେସ

କେନ୍ଦୁଝର,୧୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ହୁ ହୁ ହୋଇ ଶିକ୍ଷିତ ବେକାରୀ ସମସ୍ୟା ବଢ଼ିବାରେ ଲାଗିଛି। ଯାହାକି ଯୁବତୀ, ଯୁବକମାନଙ୍କ ମଧ୍ୟରେ ଚିନ୍ତାର କାରଣ ହୋଇଛି।...

ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର...

PM Modi to launch Subhadra Yojana

ଖାତାକୁ ଆସିଲା କି’ ସୁଭଦ୍ରା ଟଙ୍କା…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏପରିକି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ୫ହଜାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri