ମାଗଣା ଚାଉଳ ବନ୍ଦର ପ୍ରତିବାଦ

ଛତ୍ରପୁର,୧୬ା୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣା ୫ କେଜି ଚାଉଳ ବନ୍ଦ କରିଥିବା ନେଇ ବିଜେଡି ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏନେଇ ରାଜ୍ୟ ବିଜେଡି ଡାକରାରେ ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନମଣ୍ଡଳୀ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ କେନ୍ଦ୍ର ସରକାରଙ୍କୁ ଏନେଇ ସମାଲୋଚନା କରିଥିଲେ। ପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।

Share