ଚକଦର ପ୍ରକଳ୍ପକୁ ନେଇ ତେଜିଲା ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇ ଡାକରାରେ ହଜାର ହଜାର ସଂଖ୍ୟାରେ ତେଲକୋଇ ଅଞ୍ଚଳବାସୀ କେନ୍ଦୁଝର ଜିଲା ମୁଖ୍ୟାଳୟକୁ ଆସି ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ। ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚି ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ଏହି ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଥିଲା। କଂଗ୍ରେସ, ବିଜେଡ଼ି ତଥା ଅନ୍ୟ ସଂଗଠନର ନେତା ଯୋଗଦେଇ ପ୍ରକଳ୍ପ ବିରୋଧରେ ରଣ ହୁଙ୍କାର ଦେଇଥିଲେ। ପ୍ରକଳ୍ପ ଦ୍ବାରା କେନ୍ଦୁଝର ଜିଲାର କୌଣସି ଉପକାର ହେବ ନାହିଁ । ଏଣୁ ଏହାକୁ ବନ୍ଦ କରିବାକୁ ଆନ୍ଦୋନକାରୀ ଦାବି କରିଛନ୍ତି।

ଭିଟା ମାଟିର ସୁରକ୍ଷା ପାଇଁ ଏହି ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦେଳନକାରୀ କହିଛନ୍ତି। ପ୍ରକାଶ ଯେ, ଏହି ପ୍ରକଳ୍ପକୁ ୨୦ ବର୍ଷ ତଳେ ସ୍ଥାନୀୟ ଲୋକଙ୍କ ବିରୋଧ ପରେ ସ୍ଥଗିତ ରଖାଯାଇଥିଲା। ନୂଆ ସରକାର ଆସିବା ପରେ ବଜେଟରେ ଏହି ପ୍ରକଳ୍ପ ପାଇଁ ଆର୍ଥିକ ଅନୁଦାନ ଘୋଷଣା ପରେ ବର୍ତ୍ତମାନ କିଛି ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଏହାର ପ୍ରତିବାଦରେ ତେଲକୋଇ ବନ୍ଦ ମଧ୍ୟ ଡାକରା ଦିଆଯିବା ସହ ଏନ୍‌ଏଚ୍‌ ୪୯ ଅବରୋଧ କରି ଆନ୍ଦୋଳନ କରାଯାଇଛି। ହେଲେ ବର୍ତ୍ତମାନ ସରକାରଙ୍କ ଆଭିମୁଖ୍ୟକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିବା ଆନ୍ଦୋନକାରୀ ପ୍ରକାଶ କରିଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ରାଜ୍ୟପାଳଙ୍କ ଅଫିସ ଘେରାଉ କରାଯିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି।

ଆନ୍ଦୋଳନରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ବିଜେଡି ଜିଲା ପରିଷଦ ସଭ୍ୟ ଆଶିଷ ଚକ୍ରବର୍ତ୍ତୀ, ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ସମ୍ପାଦକ ସଂଗ୍ରାମ ଦାସ, ନିର୍ମଳ ନାୟକ, ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ, ଧନୁର୍ଜୟ ସିଦ୍ଧୁ, ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ମହାନ୍ତି, ପୂର୍ବତନ ଏମ୍‌ପି ଯଶୋବନ୍ତ ଲାଗୁରି, କମିଟି ସଭାପତି କୈଳାସ ଚନ୍ଦ୍ର ପ୍ରଧାନ, ସଂଯୋଜକ ଲକ୍ଷ୍ମୀଧର ପ୍ରଧାନ, ନାରାୟଣ ପ୍ରଧାନ, ଇଂ ବିନୋଦ ନାୟକ ପ୍ରମଖ ଉପସ୍ଥିତ ରହି ଉଦ୍‌ବୋଧନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri