ଯୋଗ୍ୟ ହିତାଧିକାରୀଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଅ: ହାଇକୋର୍ଟ

ଯାଜପୁର ଅଫିସ,୧୦।୮: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅନିୟମିତତା ନେଇ ରୁଜୁ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ସାଧାରଣ ଜନତାଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମାମଲାକୁ ଯଥାସମ୍ଭବ ସମାପ୍ତ କରିବାକୁ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ଧର୍ମଶାଳା ତହସିଲଦାରଙ୍କ ଦ୍ୱାରା ଅନିୟମିତତା ଅଭିଯୋଗର ସତ୍ୟାସତ୍ୟ ଉପରେ ସବିଶେଷ ତଦନ୍ତ କରାଇବାକୁ ହାଇକୋର୍ଟ ଗତ ୩ ତାରିଖରେ ଯାଜପୁର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ମିଳିବାର ୬ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଜିଲାପାଳଙ୍କୁ କୁହାଯାଇଛି। ଏହାସହ ସମସ୍ତ ଯୋଗ୍ୟ ହିତାଧିକାରୀ ଖାଦ୍ୟ ସୁରକ୍ଷା ଆଇନ-୨୦୧୩ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା-୨୦୧୮ରେ ଆବଶ୍ୟକ ଖାଦ୍ୟ ସାମଗ୍ରୀ ଯେପରି ପାଇପାରିବେ ସେଥିପାଇଁ ସୁନିଶ୍ଚିତ କରିବାକୁ ମୁଖ୍ୟ ବିଚାରପତି ମହମ୍ମଦ ରଫିକ ଓ ଜଷ୍ଟିସ କେ.ଆର. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଅନାହାର ମାମଲା ଯେପରି ନ ଆସେ ସେଥିପ୍ରତି ସତର୍କ ରହିବାକୁ ଜିଲା ପ୍ରଶାସନକୁ ଉକ୍ତ ରାୟରେ ପରାମର୍ଶ ଦିଆଯାଇଛି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କରୋନା ସହାୟତା ଯାଜପୁର ଜିଲାରେ ରାଶନ ଦୁର୍ନୀତିକୁ ପର୍ଦ୍ଦାଫାଶ କରିଥିଲା। ବିଭିନ୍ନ ଅଭିଯୋଗ ସଂକ୍ରାନ୍ତରେ ସାମାଜିକ କର୍ମୀ ସର୍ବେଶ୍ୱର ବେହୁରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହିକ୍ରମରେ ଧର୍ମଶାଳା ବିଡିଓ ତାଙ୍କ ସତ୍ୟପାଠରେ ୩୧ ଜଣ ହିତାଧିକାରୀଙ୍କ ରାଶନକାର୍ଡ କାଟିଥିବା ନେଇ କାରଣ ଦର୍ଶାଇଥିଲେ। ମହିଶରା ପଞ୍ଚାୟତର ଗୟାଧର ସେଠୀଙ୍କ ସ୍ତ୍ରୀ ଭବ ସେଠୀଙ୍କ ରାଶନକାର୍ଡକୁ ବିଦ୍ୟୁତ୍‌ ଖର୍ଚ୍ଚ ଅଧିକ ହୋଇଥିବା ଦର୍ଶାଇ କାଟି ଦିଆଯାଇଥିଲା। ଏହାବାଦ ମନ୍ଦିର ବିଶ୍ୱାଳଙ୍କ ସ୍ତ୍ରୀ ସୋମଲତା ବିଶ୍ୱାଳଙ୍କ ରାଶନକାର୍ଡକୁ ୬ଟି କୋଠାଘର ଥିବା ଦର୍ଶାଇ କାଟି ଦିଆଯାଇଥିଲା। ଏହା ବିରୋଧରେ ସାମାଜିକ କର୍ମୀ ସର୍ବେଶ୍ୱର ବେହୁରା ପୁଣି ହାଇକୋର୍ଟଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉଭୟ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟ ଅନୁସାରେ ହାଇକୋର୍ଟ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୋଗକାରୀଙ୍କ ପକ୍ଷରୁ ଓକିଲ ପ୍ରସନ୍ନ କୁମାର ପର୍ହି ଏବଂ ଅତିରିକ୍ତ ସରକାରୀ ଓକିଲ ଡି.କେ.ମହାନ୍ତି ପ୍ରତିପକ୍ଷର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri