‘ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ଆମର ପ୍ରଥମ ଲକ୍ଷ୍ୟ’

ଛତ୍ରପୁର,୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ୮୯ତମ ପୋଲିସ ପ୍ରତିଷ୍ଠା ଦିବସ ଛତ୍ରପୁର ପୋଲିସ ପଡ଼ିଆଠାରେ ସୋମବାର ପାଲିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଯୋଗଦେଇ ଆଇନଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ ପୋଲିସ କରିଆସୁଛି ବୋଲି କହିଥିଲେ। ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ହେଉଛି ଆମ୍ଭର ପ୍ରଥମ ଧର୍ମ ବୋଲି ଏସ୍‌ପି କହିଥିଲେ। ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ଏସ୍‌ପି ପାଠ କରିଥିଲେ। ଏହି ଅବସରରେ ରିଜର୍ଭ ଇନ୍ସପେକ୍ଟର ଅମୂଲ୍ୟ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ପରେଡ୍‌ ପରିଚାଳନା କରାଯାଇଥିଲା। କର୍ତ୍ତବ୍ୟନିଷ୍ଠା ଓ ସାହସିକତା କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ କରିଥିବା ଗଞ୍ଜାମ ପୋଲିସ ଜିଲାର ୪ ଜଣକୁ ଏସ୍‌ପି ପୁରସ୍କୃତ କରିଥିଲେ। ସେଥିମଧ୍ୟରେ କୋଟିନାଡ଼ା ଥାନା ସବ୍‌ଇନ୍ସପେକ୍ଟର ସତ୍ୟବ୍ରତ ସାହୁ, ରମ୍ଭା ଥାନା ହାବିଲଦାର ରାମଚନ୍ଦ୍ର ମୁଦୁଲି, ଜିଲା ମୁଖ୍ୟ କାର୍ଯ୍ୟାଳୟ କାହ୍ନୁଚରଣ ପଣ୍ଡା ଶ୍ରେଷ୍ଠ କନଷ୍ଟେବଳ ଓ ଶ୍ରେଷ୍ଠ ଏପିଆର କନଷ୍ଟେବଳ ଶିଶିର କୁମାର ପ୍ରଧାନଙ୍କୁ ଏସ୍‌ପି ସମ୍ମାନିତ କରିବା ସହ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ...

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ...

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ...

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ...

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri