ନିମ୍ନମାନର ଛତୁଆ ପ୍ରଦାନକୁ ନେଇ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ବିଡିଓ ବିଜୟ କୁମାର ବେହେରାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷା ପିଙ୍କି ବେହେରା ପୌରୋହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ଓ ସମ୍ମାନିତ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇଥଲେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନଓ୍ବାଡି ସେଣ୍ଟର ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଇ ଦିଆଯାଉଥିବା ଛତୁଆ ଅତି ନିମ୍ନମାନର। ଯାହାକି ଗାଈ ଖାଇବା ଲାଗି ମଧ୍ୟ ଅନୁପଯୁକ୍ତ ବୋଲି ଜନ ପ୍ରତିନିଧିମାନେ ଅଭିଯୋଗ କରିବା ସହ ଏଥିନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ତୁରନ୍ତ ଉନ୍ନତମାନର ଛତୁଆ ପ୍ରଦାନ ଲାଗି ଦାବି କରିଥିଲେ। ଏପରିକି ପୂର୍ବରୁ ମଧ୍ୟ ପୂର୍ବତନ ଜନପ୍ରତିନିଧିମାନେ ସମିତି ବୈଠକରେ ଛତୁଆ ନିମ୍ନମାନର ନେଇ ବାରମ୍ବାର ଅଭିଯୋଗ କରିଆସୁଥିବା ବେଳେ ବିଭାଗ ପକ୍ଷରୁ ତାହାକୁ ଗୁରୁତ୍ୱ ନ ଦେଇ ଘୋଡ଼ାଇବାରେ ଲାଗିଛନ୍ତି। ହାଣ୍ଡିଘର, ଶିକୁଳା, ଭାଟକୁମରଡା, ବଡ଼ ବରଗାଁ,  ନୂଆ ଗାଁ, ଝାଡ଼ବାଇ ପଞ୍ଚାୟତରେ ପାନୀୟ ଜଳ ଘୋର ଅସୁବିଧା ଦେଖା ଦେଇଥିବାରୁ ତୁରନ୍ତ ସମାଧାନ ଲାଗି ସରପଞ୍ଚ ସମିତି ସଭ୍ୟମାନେ ଦାବି କରିଥିଲେ। କେଏନପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବାରୁ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟ ହୋଇପାରୁ ନ ଥିବା ବେଳେ ବୃଦ୍ଧ,ବୃଦ୍ଧା,ଭିନ୍ନକ୍ଷମ ଓ ବିଧବା ଗରିବ ହିତାଧିକାରୀମାନେ ଭତ୍ତା ଟଙ୍କା ପାଇ ନ ପାରି ହଇରାଣ ହେଉଥିବାର ନେଇ ସରପଞ୍ଚ ରାଜଲକ୍ଷ୍ମୀ ବେହେରା ଅଭିଯୋଗ କରିଥିଲେ। ଏହାକୁ ବିଧାୟିକା ଲତିକା ପ୍ରଧାନ ଗୁରୁତର ସହ ନେଇ ତୁରନ୍ତ ଏଥିପ୍ରତି ପଦକ୍ଷେପ ନେବା ଏପରିକି ପୋଲିସରେ ରିପୋର୍ଟ ଦେବା ସହ ନୂତନ ସରପଞ୍ଚଙ୍କୁ ଯଥାଶୀଘ୍ର ଦାୟିତ୍ୱ ଦେବା ଲାଗି ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ପାନୀୟ ଜଳ ଯୋଗାଣ ବିଭାଗ, କୃଷି, ପ୍ରାଣୀ, ହଟିକଲଚର, ବିଦ୍ୟୁତ୍‌, ବନ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଆଦି ବିଭିନ୍ନ ବିଭାଗର ଉନ୍ନୟନମୂଳକ କାର୍ଯ୍ୟ ମାନ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ଉପାଧ୍ୟକ୍ଷା ମମତା ବାରିକ, ସରପଞ୍ଚ ସୁଧାକର ଗୌଡ଼, ରାଜଲକ୍ଷ୍ମୀ ବେହେରା, କମା ଦଳେଇ, ସଙ୍ଗୀତା ମହାପାତ୍ର, ଦାସ ବେହେରା, ସମିତିସଭ୍ୟ ସୀମାଞ୍ଚଳ ଗୌଡ଼, ଆଭା ପରିଡ଼ା, ଜଗନ୍ନାଥ ପାତ୍ର, ସୁଲତା ସେଠୀ ପ୍ରମୁଖଙ୍କ ସହ ବହୁ ସରପଞ୍ଚ ଓ ସମିତିସଭ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri