ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୩।୧୦: ରାଜ୍ୟର ବିଭିନ୍ନ ବେଳାଭୂମିରେ ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବେଳାଭୂମିର ପରିବେଶ ନଷ୍ଟ ହେବା ସହ ଅପରାଧ ବୃଦ୍ଧି ପାଇବ। ତେଣୁ ସେଠାରେ ମଦ ଦୋକାନ ଖୋଲା ନ ଯିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ସୋମବାର ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏହି ମାମଲାରେ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ, ଗଞ୍ଜାମ, ବାଲେଶ୍ୱର, ଜଗତ୍‌ସିଂହପୁର ଓ ପୁରୀ ଜିଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।
ଆବେଦନକାରୀ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ପିଟିଶନରେ ଦର୍ଶାଇଛନ୍ତି, ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲେଶ୍ୱର ଜିଲା ଉଦୟପୁରଠାରେ ୩ ଓ ଚାନ୍ଦିପୁରଠାରେ ୨, ଜଗତ୍‌ସିଂହପୁର ଜିଲା ପାରାଦୀପଠାରେ ୩, ପୁରୀ ଜିଲା ଚନ୍ଦ୍ରଭାଗା ବେଳାଭୂମିଠାରେ ୫, ଗଞ୍ଜାମ ଜିଲାର ଗୋପାଳପୁରଠାରେ ୫ ଓ ପାତିସୋନପୁରଠାରେ ୨ଟି ମଦ ଦୋକାନ ଖୋଲିବା ପାଇଁ ସେପ୍ଟେମ୍ବର ୨୧ରେ ଟେଣ୍ଡର ଡକାଯାଇଛି। ଲାଇସେନ୍ସ ଫି’ ବାବଦକୁ ଚନ୍ଦ୍ରଭାଗା ବେଳାଭୂମିର ମଦ ଦୋକାନ ପାଇଁ ବାର୍ଷିକ ଦେଢ ଲକ୍ଷ, ଗୋପାଳପୁର ପାଇଁ ୧ ଲକ୍ଷ, ଚାନ୍ଦିପୁର, ପାରାଦୀପ ଓ ପାତିସୋନପୁର ପାଇଁ ୭୫ ହଜାର ଲେଖାଏଁ ଆଦାୟ କରାଯିବ। ସେହିପରି ୟୁଜର ଫି’ ବାବଦକୁ ପ୍ରତି ମଦ ଦୋକାନରୁ ୧ଲକ୍ଷ ଟଙ୍କା ଲେଖାଏଁ ଆଦାୟ କରାଯିବ। ବେଳାଭୂମିରେ ମଦ ଦୋକାନ ଖୋଲିଲେ ନିଶାସକ୍ତଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବା ସହ ପର୍ଯ୍ୟଟକଙ୍କ ଉପରେ ଏହାର କୁପ୍ରଭାବ ପଡିବ। ତେଣୁ ଉପରୋକ୍ତ ୨୦ ଗୋଟି ମଦ ଦୋକାନକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ଆବେଦନକାରୀ ପାଣିଗ୍ରାହୀ ହାଇକୋର୍ଟଙ୍କୁ ନିବେଦନ କରିଛନ୍ତି। ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri