୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କର: ହାଇକୋର୍ଟ

କଟକ,୫ା୮ (କାର୍ତ୍ତିକ ସାହୁ): ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଆଗାମୀ ୬ ସପ୍ତାହ ମଧ୍ୟରେ ଶେଷ କର। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ଏ ସଂକ୍ରାନ୍ତୀୟ ଅଦାଲତ ଅବମାନନା ମାମଲାର ଶୁଣାଣି କରି ଶୁକ୍ରବାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପୂର୍ବରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ୬ ସପ୍ତାହରେ ନୂଆ ମେଧା ତାଲିକା ପ୍ରକାଶ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଛି।
ସୂଚନା ଅନୁସାରେ, ଏଏସ୍‌ଓ ନିଯୁକ୍ତି ନିମନ୍ତେ ଅନୁଷ୍ଠିତ ପରୀକ୍ଷାଫଳ ପ୍ରକାଶରେ ଅନିୟମିତତା ହୋଇଥିବା ମାମଲାର ଶୁଣାଣି ଗତ ମେ’ ୧୯ ତାରିଖରେ ହୋଇଥିଲା। ସେହି ଶୁଣାଣିରେ ହାଇକୋର୍ଟ ଏଏସ୍‌ଓ ନିଯୁକ୍ତି ନେଇ ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ। ଏଥିସହ ଆଗାମୀ ୨ ମାସ ମଧ୍ୟରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓପିଏସ୍‌ସି ଏହା କରି ନ ଥିଲା। ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାରେ ବିଳମ୍ବ ହେଉଥିବା ଦର୍ଶାଇ କେତେଜଣ ପରୀକ୍ଷାର୍ଥୀ ଓପିଏସ୍‌ସି ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୨ ଅଗଷ୍ଟ ୨୭ରେ ୭୯୬ଟି ଏଏସ୍‌ଓ ପଦବୀ ଲାଗି ଓପିଏସ୍‌ସି ପକ୍ଷରୁ ଲିଖିତ ପରୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀଙ୍କୁ ସାର୍ଟିଫିକେଟ୍‌ ଯାଞ୍ଚ ଓ କମ୍ପ୍ୟୁଟର(ପ୍ରାକ୍ଟିକାଲ) ସ୍କିଲ୍‌ ଟେଷ୍ଟ ପାଇଁ ଡକାଯାଇଥିଲା। ଆରମ୍ଭରୁ ବିବାଦରେ ରହିଥିବା ଏଏସ୍‌ଓ ପରୀକ୍ଷାକୁ ନେଇ କେତେଜଣ ପ୍ରାର୍ଥୀ ଧାରଣା ଦେଇଥିଲେ। ଏନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ପୂର୍ବ ମେଧା ତାଲିକା ଖାରଜ କରି ନୂତନ ମେଧା ତାଲିକା ପ୍ରସ୍ତୁତ କରିବାକୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପୁଣି କେତେଜଣ ପରୀକ୍ଷାର୍ଥୀ ଏକ ରିଟ୍‌ ପିଟିଶନ୍‌ ଦାଖଲ କରି ଦର୍ଶାଇଥିଲେ, ଏଏସ୍‌ଓ ପରୀକ୍ଷାରେ ଅନିୟମିତତା ଯୋଗୁ ଆମେ ପ୍ରଭାବିତ ହୋଇଛୁ। ହାଇକୋର୍ଟ ଉକ୍ତ ମାମଲାରେ ଆମ୍ଭମାନଙ୍କ ଆବେଦନର ଶୁଣାଣି ନ କରି ରାୟ ପ୍ରକାଶ କରିଥିବାରୁ ଆମକୁ ଏହି ମାମଲାରେ ପକ୍ଷଭୁକ୍ତ ହେବା ପାଇଁ ଅନୁମତି ଦିଆଯାଉ ବୋଲି ପ୍ରାର୍ଥନା କରିଥିଲେ। ଅପରପକ୍ଷରେ ପୂର୍ବ ମେରିଟ୍‌ ଲିଷ୍ଟରେ ସ୍ଥାନ ପାଇଥିବା ରୁକ୍‌ସାନାଆରା ବେଗମ୍‌ଙ୍କ ସମେତ ମୋଟ ୫ ଜଣ ପରୀକ୍ଷାର୍ଥୀଙ୍କ ପକ୍ଷରୁ ଦାଏର ରିଭ୍ୟୁ ପିଟିଶନକୁ ନେଇ ଜୁନ୍‌ ୨୨ରେ ଏକ ମାମଲା ରୁଜୁ ହୋଇଥିଲା। ଦୁଇଟିଯାକ ମାମଲାକୁ ଏକତ୍ର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗତ ଜୁଲାଇ ୩୧ରେ ହାଇକୋର୍ଟରେ ଉଭୟ ରିଟ୍‌ ପିଟିଶନ୍‌ ଓ ରିଭ୍ୟୁ ପିଟିଶନ୍‌ର ଏକତ୍ର ଶୁଣାଣି କରାଯାଇଥିଲା। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶକୁ କାଏମ ରଖିବା ସହ ଦୁଇଟି ଯାକ ପିଟିଶନ୍‌କୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri