ଭୁବନେଶ୍ୱର, ୧୫।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପର ନିର୍ବାଚନ ହେବ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ଶନିବାର ସଂରକ୍ଷଣ ତାଲିକା ପ୍ରକାଶ ପାଇଛିି। ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆପତ୍ତି ଅଭିଯୋଗ ଥିଲେ ୧୫ ଦିନ ମଧ୍ୟରେ ଜଣାଇବାକୁ କୁହାଯାଇଛି । ପୌର ପ୍ରଶାସନ ନିର୍ଦ୍ଦେଶକଙ୍କ ନିକଟରେ ଏହି ଅଭିଯୋଗ କରିବା ପାଇଁ ନିର୍ଦ୍ଦେଶ ରହିଛି । ଏହା ପରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।