‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ ହିଞ୍ଜିଳିରୁ କେତେଜଣ ଲୋକ ଦାଦନ ଯାଇଛନ୍ତି, ସେ ସମ୍ପର୍କରେ ସାମାଜିକ ସଙ୍ଗଠନର ଦାବି କ୍ରମେ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରକାଶ କରିବେ କି ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ପ୍ରଧାନ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର କିଆକଟା ଓ ମାଧପୁର ସମେତ ବିଭିନ୍ନ ସ୍ଥାନରେ ପଦଯାତ୍ରା ଏବଂ ୬୦ କି.ମି. ରୋଡ’ ଶୋ ମାଧ୍ୟମରେ ନିର୍ବାଚନ ପ୍ରଚାର କରିଥିଲେ। ଏହି ଅବସରରେ ସେ କହିଥିଲେ, ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲହର ଚାଲିଛି ଓ ପରିବର୍ତ୍ତନର ଧାରା ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ମାତୃଶକ୍ତି, ଯୁବବନ୍ଧୁଙ୍କ ଯୋଗଦାନ ପ୍ରମାଣିତ କରୁଛି ଯେ ୨୪ ବର୍ଷ ଧରି ଦୁର୍ନୀତି, ଅନ୍ୟାୟ, ଅତ୍ୟାଚାର କରି ଆସିଥିବା ସରକାର ବିରୋଧରେ ଲୋକେ ଏଥର ନିର୍ଣ୍ଣାୟକ ମତ ଦେବେ। ଏଥର ଲୋକକଲ୍ୟାଣକାରୀ ସରକାର ପ୍ରତିଷ୍ଠା ହେବ। ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଭାଜପା ପ୍ରତିଶ୍ରୁତିବଦ୍ଧ। ମହାନଦୀ ଅବବାହିକାରେ ଥିବା ଜିଲାଗୁଡ଼ିକରେ ପିଇବା ପାଣି ଓ ଜଳସେଚନର ଅଭାବ ରହିଛି। ଶିକ୍ଷା ଓ ସ୍ବାସ୍ଥ୍ୟସେବା ନାମକୁ ମାତ୍ର। ରାଜ୍ୟ ସରକାର ଜାଣିଶୁଣି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରୁନାହାନ୍ତି। ମୁଖ୍ୟମନ୍ତ୍ରୀ ହିଞ୍ଜିଳିରେ ନିର୍ବାଚନ ପ୍ରଚାର କରିଛନ୍ତି। ସେ ଏଥର କଣ୍ଟାବାଞ୍ଜିରେ ମଧ୍ୟ ଛିଡ଼ା ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସାମାଜିକ ସଙ୍ଗଠନ ପକ୍ଷରୁ ଏକ ଦାବି ଉଠିଛି। ହିଞ୍ଜିଳିରୁ କେତେ ଦାଦନ ଯାଇଛନ୍ତି, ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ୱେତପତ୍ର ପ୍ରକାଶ କରନ୍ତୁ ବୋଲି ସଙ୍ଗଠନଗୁଡ଼ିକ ଦାବି କରିଥିବା କେନ୍ଦ୍ରମନ୍ତ୍ରୀ କହିଥିଲେ। ଏହି ନିର୍ବାଚନ ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଦେଉଳଝରୀ ନିକଟ ସିଦ୍ଧେଶ୍ୱର ବାବା, ଆଠମଲ୍ଲିକର ଅଧିଷ୍ଠାତ୍ରୀ ଦେବୀ ମା’ ମାହେଶ୍ୱରୀ, ଓଳଥରେ ଥିବା ରାମ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri