Categories: ଜାତୀୟ

ଶପଥ ନେବାର ୪୮ ଘଣ୍ଟା ପରେ କରୋନା ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୧୦।୫: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି କରୋନା ସଂକ୍ରମିତ ହୋଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମୁଖପାତ୍ର ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଙ୍ଗାସାମୀଙ୍କ ଅବସ୍ଥା ସ୍ଥିର ରହିଛି। ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ଏନ ରଙ୍ଗାସାମି ପୁଡୁଚେରୀର ଇନ୍ଦିରା ଗାନ୍ଧୀ ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ କରୋନା ପରୀକ୍ଷା କରିଥିଲେ। ପରେ ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ସୂଚନାଯୋଗ୍ୟ, ରଙ୍ଗାସାମି ଶୁକ୍ରବାର ଦିନ ଅର୍ଥାତ୍‌ ଦୁଇ ଦିନ ପୂର୍ବରୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

Share