ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ ବରଣମାଳା ଓ ରଙ୍ଗବେରଙ୍ଗ ଆଲୁଅରେ ଝଲସି ଉଠୁଛି ମଣ୍ଡପ। ବୁଧବାର ଏହି ପୂଜାର ଆରମ୍ଭ ହୋଇଥିବା ବେଳେ ଏକ ସପ୍ତାହ ଧରି ଗଜଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ଜଣାପଡ଼ିଛି। ତୁଡୁକିବାଡ଼ି ସାହିରେ ଏହି ପୂଜା ପାଇଁ ଉତ୍ସବମୁଖର ହୋଇଥିବା ବେଳେ ଗାଁର ଶିଶୁଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ଗଜଲକ୍ଷ୍ମୀଙ୍କ ସେବା ପାଇଁ କାର୍ଯ୍ୟ କରୁଛନ୍ତି।

କାର୍ଯ୍ୟକ୍ରମକୁ ପ୍ରଭଞ୍ଜନ ନାୟକଙ୍କ ଆବାହନ କ୍ରମେ କମିଟିର ସଭାପତି ଝପର ନାୟକ, ମ୍ୟାନେଜର ବରୁଣ ଦଳବେହେରା, ମହେଶ୍ୱର ମଲିକ, ଅସିତ ମଲିକ, ଅନିଲ ମଲିକ, ଅଜୟ ମଲିକ, ସୁନୀଲ ପ୍ରଧାନ, ଶକ୍ତି ମଲିକ,ଶଙ୍କର ମାଳ ବିଷୋୟୀ, ସିଲନ ଦଳବେହେରା,ବରନିଧି ମଲିକ, ମୁନା ନାୟକ, ଗୋବିନ୍ଦ ଦିଗାଲଙ୍କ ସମେତ ଗ୍ରାମର ମହିଳା ଓ ପୁରୁଷ ଶ୍ରଦ୍ଧାଳୁମାନେ କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ୍‌ ଆକ୍ରମଣ ପରେ ଭାରତ-ପାକିସ୍ତାନ କ୍ରିକେଟକୁ ନେଇ BCCI ଉପାଧ୍ୟକ୍ଷଙ୍କ ବଡ଼ ବୟାନ 

ନୂଆଦିଲ୍ଲୀ,୨୪।୪: କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ରୁ ଅଧିକ ଭାରତୀୟଙ୍କ ଜୀବନ ଯିବା ପରେ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳୁଛି। ଏହି...

ଜାତୀୟ ପଞ୍ଚାୟତିରାଜ ଦିବସ: ସମ୍ବର୍ଦ୍ଧିତ ହେଲେ ଏହି ୫ ପଞ୍ଚାୟତ

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ଗୁରୁବାର ପାଟଣା ବ୍ଲକ ପରିସରରେ ପାଟଣା ବିଡିଓ ମାନସ କୁମାର ଦଣ୍ଡପାଟଙ୍କ...

ଲିଫ୍ଟରେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ, ମେଡିକାଲରେ ଉତ୍ତେଜନା, ପୋଲିସ ମୁତୟନ

ଭଦ୍ରକ,୨୪।୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଲିଫ୍ଟରେ ଚାପି ହୋଇ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଘଟିଛି l ଘଟଣାକୁ ନେଇ ମେଡିକାଲ ପରିସରରେ...

ସାଙ୍ଗ ହୋଇ ଖେଳୁଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ବାସୁଦେବପୁର,୨୪।୪ (କାଳିପଦ ରାୟ): ପୋଖରୀରେ ବୁଡ଼ିଗଲେ ଦୁଇଭଉଣୀ। ଉଦ୍ଧାର କରାଯାଇ ମେଡିକାଲ ଅଣାଯାଇଥିଲେ ହେଁ ବଞ୍ଚାଯାଇପାରି ନ ଥିଲା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ...

ପହଲଗାମ ବର୍ବୋରଚିତ ଆତଙ୍କବାଦୀ ଆକ୍ରମଣକୁ ତୀବ୍ର ନିନ୍ଦା

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପହଲଗାମଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ଦିନ୍ଦା କରାଯାଇଛି। ଏଥିସହିତ ଗୁରୁବାର...

Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ…

ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ...

ପରକୀୟା ପ୍ରୀତି ସନ୍ଦେହ, ପଥରରେ ଛେଚି ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ୱାମୀ

ପାଲଘର,୨୪।୪: ମହାରାଷ୍ଟ୍ରର ପାଲଘର ଜିଲାରେ ଜଣେ ୫୫ ବର୍ଷୀୟ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ଅନୈତିକ ସମ୍ପର୍କର ସନ୍ଦେହରେ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି।...

Pakistan Google Trends: ପାକିସ୍ତାନ ଛାନିଆ, ଆତଙ୍କୀ ଆଟାକ୍‌ ପରେ ଗୁଗଲରେ ଏସବୁ ସର୍ଚ୍ଚ କରୁଛନ୍ତି ପାକିସ୍ତାନୀ

ନୂଆଦିଲ୍ଲୀ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ କେବଳ ଭାରତକୁ ଦୋହଲାଇ ଦେଇନଥିଲା, ଏହାର ପ୍ରଭାବ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ଦେଖାଯାଉଛି। ଆକ୍ରମଣ ସମ୍ପର୍କରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image