ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ

ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମା’ଙ୍କ ପୂଜା ଧୁମଧାମରେ କରାଯାଉଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ଝଲସି ଉଠୁଛି ପୂଜା ମଣ୍ଡପ।

ମା’କାଳୀଙ୍କ ପାଦତଳେ ମହାଦେବ ଶିବ ଶଙ୍କରଙ୍କ ଅଲୌକିକ ପ୍ରତିମା ଲୋକଙ୍କ ମନରେ ଆଧ୍ୟାତ୍ମିକ ଭାବନାକୁ ଜାଗୃତ କରୁଛି। ପୂଜା କାର୍ଯ୍ୟରେ ପ୍ରତାପ କୁମାର ପଣ୍ଡା କର୍ତ୍ତା ଭାବେ ପୂଜା କାର୍ଯ୍ୟ ସମ୍ପାଦନ କରୁଥିବା ବେଳେ ସହ କର୍ତ୍ତା ଭାବେ ଟି.ଓମ୍‌ ନାରାୟଣ ପାତ୍ର ସହଯୋଗ କରୁଛନ୍ତି।

ପୂଜା କମିଟି ସଭାପତି ବିଷ୍ଣୁ ପ୍ରସାଦ ସାହୁଙ୍କ ନେତୃତ୍ୱରେ ୩୦ତାରିଖରୁ ପୁରୀରୁ ଆସିଥିବା ଚଣ୍ଡୀ ପାଠକ ପୁରୋହିତ ବିକ୍ରମ ଦୀକ୍ଷିତ ଓ ତାଙ୍କ ୫ଜଣ ସହଯୋଗୀଙ୍କ ଦ୍ୱାରା ରୀତିନୀତି ଅନୁସାରେ ମା’ଙ୍କ ପୂଜା କାର୍ଯ୍ୟ ହେଉଛି।

୪ ତାରିଖରେ ମା’ଙ୍କ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ରହିଥିବା କମିଟି ପକ୍ଷରୁ କୁହାଯାଇଛି। ଗୁରୁବାର ଦୀପାବଳି ଅବସରରେ ମା’ଙ୍କୁ ଦର୍ଶନ ପାଇଁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ପୂଜା ଆୟୋଜନରେ କମିଟି ଉପସଭାପତି ଅଜିତ ସୁବୁଦ୍ଧି, ସମ୍ପାଦକ କାର୍ତ୍ତିକ ପାଢ଼ୀ, ସତ୍ୟ ନାରାୟଣ ଗୌଡ଼, କୋଷାଧ୍ୟକ୍ଷ ମାନସ ରଞ୍ଜନ ଦାସ, ପ୍ରତାପ ଚନ୍ଦ୍ର ସାହୁ, ସହଯୋଗୀ ସଦସ୍ୟ ମୁନା ପାଣିଗ୍ରାହୀ, ଶିବରାମ ସାହୁ, ଦିବାକର ସାହୁ ଓ ଅନ୍ୟମାନେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri