Categories: ଜାତୀୟ

ପୁଲଓ୍ବାମା ଏନ୍‌କାଉଣ୍ଟର, ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ପୁଲଓ୍ବାମାେରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ନାଗବେରାନ୍‌-ତାରସାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ଜମ୍ମୁ-କଶ୍ମୀର ପୋଲିସ, ସିଆରପିଏଫ୍‌ ଏବଂ ସେନା ଯବାନଙ୍କ ପକ୍ଷରୁ ମିଳିତ ଭାବେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଲୁଚିଥିବା ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି।

Share