ଦୁବାଇ, ୪।୧୦: ଚଳିତ ଆଇପିଏଲ୍ର ଅଷ୍ଟାଦଶ ତଥା ରବିବାର ଅନୁଷ୍ଠିତ ୨ୟ ମୁକାବିଲାରେ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍ ଜିତି ଲୋକେଶ ରାହୁଲଙ୍କ ନେତୃତ୍ୱାଧୀନ ପଞ୍ଜାବ ଦଳ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ମହେନ୍ଦ୍ର ସିଂ ଧୋନୀଙ୍କ ସିଏସ୍କେ ଦଳ ପ୍ରଥମେ ବୋଲିଂ କରିବ।
୧୩ତମ ସିଜନରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଚେନ୍ନାଇ ୪ ମ୍ୟାଚ୍ ଖେଳି ଗୋଟିଏ ବିଜୟ ଓ ୩ ପରାଜୟ ସହ ଟେବୁଲ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି। ସେହିଭଳି ପଞ୍ଜାବ ମଧ୍ୟ ସମାନ ସଂଖ୍ୟକ ମ୍ୟାଚ୍ ଖେଳି ଗୋଟିଏ ବିଜୟ ଓ ୩ ପରାଜୟବରଣ କରି ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି।