ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ,୩୧।୫: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତ୍ୟୁ ନେଇ ସ୍ବତନ୍ତ୍ର ରିଲିଫ କମିଶନର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ଏବେ ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଥାଉ କି, ଭଉଁରୀ ଅବସରରେ ବୁଧବାର ରାତିରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ଅଭାବନୀୟ ଘଟଣା ଘଟିଛି। ବାଣ ବିସ୍ଫୋରଣ ହେବାରୁ ନିଆଁ ପଡ଼ି ୩୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ବର୍ନ ୟୁନିଟ ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ୨୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ କଟକ ଏବଂ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।

Share