ପୁରୀ ବାଣ ବିସ୍ଫୋରଣ: ଏସ୍‌ସିବିରେ ଆଉ ଜଣେ ଆଖି ବୁଜିଲେ

କଟକ,୧।୬(ଶିଳ୍ପା ପ୍ରିୟଦର୍ଶିନୀ): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣରେ ଗୁରୁତର ଆହତ ହୋଇ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉଜଣଙ୍କର ଶନିବାର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଶଙ୍କର ବେହେରା(୩୮)। ତାଙ୍କୁ ମିଶାଇ ଏସ୍‌ସିବିରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି।

ଶଙ୍କର ଗୁରୁତର ଅବସ୍ଥାରେ ଏସ୍‌ସିବିରେ ଭର୍ତ୍ତି ହୋଇ ପ୍ଲାଷ୍ଟିକ ସର୍ଜରୀ ବିଭାଗର ଭେଣ୍ଟିଲେଟରରେ ଚିକିତ୍ସିତ ହେଉଥିଲେ। ବିସ୍ପୋରଣରେ ତାଙ୍କ ଦେହ ୧୦୦ ପ୍ରତିଶତ ଜଳି ଯାଇଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଏସ୍‌ସିବି ମେଡିକାଲ ଅଧିକ୍ଷକ ପ୍ରଫେସର ଡ଼ା. ସୁଧାଂଶୁ ଶେଖର ମିଶ୍ର ପ୍ରକାଶ କରିଛନ୍ତି।

ସୂଚନାନୁଯାୟୀ, ଏସ୍‌ସିବିରେ ୬ଜଣ ଆହତଙ୍କ ଚିକିତ୍ସା ଜାରି ରହିଥିଲା ବେଳେ ସେଥିମଧ୍ୟରୁ ୩ଜଣ ଜେନେରାଲ ସର୍ଜରୀ ରହିଥିବା ବେଳେ ପ୍ଲାଷ୍ଟିକ ସର୍ଜରି ବିଭାଗର ୨ଜଣ ଆଇସିୟୁରେ ଏବଂ ଜଣେ ଜେନେରାଲ ୱାର୍ଡରେ ରହିଛନ୍ତି। ସେମାନଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଥିବା ଜଣାପଡିଛି। ଶଙ୍କରଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri