ପୁରୀ ଅଫିସ,୩୦ା୧୧: ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତମହାପାତ୍ର ସେବକମାନେ ଏହି ବନକ ଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ।