ଏହି ଜିଲାର ଚାଷୀ ପାଇବେ କାଳିଆ ସହାୟତା

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀଙ୍କ ମଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କାଳିଆ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଚାଷୀ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଏଥିପାଇଁ ୩୩.୦୩ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଜିଲାର ୧ଲକ୍ଷ ୬୫ ହଜାର ୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏଥିରେ ଉପକୃତ ହେବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ । ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲାର ଚାଷୀମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇପାରି ନ ଥିଲା।

Share