ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି

ପୁରୀ, ୧୩ା୩(ଅଜିତ୍‌ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଏହାକୁ ନେଇ ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସୂଚନା ଅନୁଯାୟୀ, ପାଳି ଖଟିବାକୁ ନେଇ ସେବାୟତ ଶ୍ୟାମ ପଣ୍ଡା ଓ ନରସିଂହ ପଣ୍ଡାଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା। ପ୍ରଥମେ ଉଭୟଙ୍କ ମଧ୍ୟରେ ବଚସା ଓ ପରେ ମାରପିଟ୍‌ ହୋଇଥିଲା। ଦୁହେଁ ପରସ୍ପରକୁ ଆକ୍ରମଣ କରିଥିଲେ। ଏଥିରେ ଉଭୟ ଆହତ ହୋଇଥିବା ଜଣାପଡ଼ିଛି। ଶ୍ୟାମଙ୍କ ଆଖି ଓ ଛାତିରେ କ୍ଷତ ସୃଷ୍ଟି ହୋଇଛି। ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ମାର୍‌ପିଟ୍‌ ନେଇ ଖବର ପାଇବା ପରେ ପୋଲିସ ଉଭୟ ସେବାୟତଙ୍କୁ ପ୍ରଥମେ ସିଂହଦ୍ୱାର ଥାନାକୁ ଆଣି ପଚରାଉଚରା କରିଥିଲା। ପରେ ଦୁହିଁଙ୍କୁ ଚିକିତ୍ସା ପାଇଁ ପଠାଯାଇଥିଲା। ଅପରପକ୍ଷରେ ଉଭୟ ସେବାୟତଙ୍କ ପକ୍ଷରୁ ସିଂହଦ୍ୱାର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏ ନେଇ ୨୭/୨୪ ଏବଂ ୨୮/୧୪ ରେ ଦୁଇଟି ପୃଥକ ମାମଲା ରୁଜୁ କରାଯାଇଛି। ପୋଲିସ ପକ୍ଷରୁ ଉଭୟ ସେବାୟତଙ୍କୁ ନୋଟିସ୍‌ ଜାରି କରାଯାଇଥିବା ନେଇ ସିଂହଦ୍ୱାର ଥାନା ଅଧିକାରିଣୀ ଶ୍ୱେତପଦ୍ମା ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୬ା୯(ସତ୍ୟଜିତ୍‌ ରାଉତ): ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ...

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ...

ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ...

ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri