ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର।

ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ର ପରେ ମା’ ସୁଭଦ୍ରା ଏବଂ ଶେଷରେ କାଳିଆ ସାଆନ୍ତ ପହଣ୍ଡିରେ ଆସି ରଥରେ ବିରାଜମାନ କରିଥିଲେ। ରଥାରୂଢ଼ ୩ ଠାକୁରଙ୍କୁ ଛେରାପହଁରା କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ସମସ୍ତ ନୀତିକାନ୍ତି ଶେଷ ପରେ ଅପରାହ୍ନରେ ଆରମ୍ଭ ହୋଇଥିଳା ରଥ ଟଣା। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ଗଡିଥିଲା ତାଳଧ୍ବଜ ରଥ। ପରେ ମା’ ସୁଭଦ୍ରଙ୍କ ଦର୍ପଦଳନ ରଥଟଣା ହୋଇଥିଲା। ଶେଷରେ କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ରଥଟଣା ହୋଇଥିଲା।

ଏଥର ଦୁଇ ଦିନିଆ ରଥ ଟଣା ଯୋଗୁ ରବିବାର ଅଳ୍ପ ବାଟ ଯାଇ ଅଟକିଛନ୍ତି ଶ୍ରୀଜିଉ। ମରିଚିକୋଟ ଛକରେ ଅଟକି ରହିଛି ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ। ସେହିପରି ଶ୍ରୀକୃଷ୍ଣ ସିନେମା ହଲ ପାଖରେ ଅଟକିଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ସିଂହଦ୍ବାରଠାରୁ ମାତ୍ର ସ୍ବଳ୍ପ ଦୂରଯାଇ ଅଟକିଛି କାଳିଆ ସାଆନ୍ତଙ୍କ ନନ୍ଦିଘୋଷ। ସୋମବାର ପୁଣି ରଥଟଣା ହୋଇ ଶରଧାବାଲିରେ ପହଞ୍ଚିବ ତିନି ରଥ।

ଏହି ଅବସରରେ ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଲକ୍ଷାଧିକ ଭକ୍ତଙ୍କ ଭିଡ଼। ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri