ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ: ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ,୧୨।୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ପଞ୍ଚୁକ ବ୍ରତ ମଙ୍ଗଳବାର ବଡ଼ ଏକାଦଶୀ ତୀଥିରୁ ଆରମ୍ଭ ହୋଇଛି। ଏହି ଅବସରରେ ଠାକୁର ସାକ୍ଷୀଗୋପାଳ ଏବଂ ମା’ ରାଧାରାଣୀ ଲକ୍ଷ୍ମୀନାରାୟଣ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ଏନେଇ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଠାକୁରଙ୍କ ଦର୍ଶନ ପାଇଁ ମନ୍ଦିର ସମ୍ମୁଖରୁ ସ୍ବତନ୍ତ୍ର ବାରିକେଟର ବ୍ୟବସ୍ଥା କରାଯାଇଛି।

ପରମ୍ପରା ଅନୁଯାୟୀ ମନ୍ଦିର ବେଢ଼ାରେ ନୂଆ ଧାନ ଚୁଡାରେ ଚୁଡାଘସା ଭୋଗ ପ୍ରସ୍ତୁତ କରି ପଞ୍ଚୁକୋଶୀ ଲୋକେ ଠାକୁରଙ୍କୁ ଅର୍ପଣ କରିଥିଲେ। ବିଭିନ୍ନ ଗ୍ରାମରୁ ସଂକୀର୍ତ୍ତନ ମଣ୍ଡଳୀଙ୍କ ହରିରାମ କୀର୍ତ୍ତନ ମନ୍ଦିର ବେଢ଼ାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

ଅତିରିକ୍ତ ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ଏସ୍‌ଡିପିଓ ବିରଞ୍ଚି ନାରାୟଣ ପତି, ତହସିଲଦାର ସନ୍ତୋଷ ପାଣିଗ୍ରାହୀ, ଅତିରିକ୍ତ ତହସିଲଦାର ରାଜେଶ ପ୍ରିୟଦର୍ଶୀ, ବିଡ଼ିଓ ଲିପ୍ସା ରାୟ, ଆଇଆଇସି ବିଜୟ କେତନ ବେହେରାଙ୍କ ସହ ଅନ୍ୟ ଅଧିକାରୀ, ସ୍ବେଚ୍ଛାସେବୀ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଉପସ୍ଥିତ ରହି ଯାତ୍ରା ପରିଚାଳନାରେ ସହଯୋଗ କରୁଛନ୍ତି।

ଭୋର ୪ଟାରୁ ମନ୍ଦିର ଦ୍ବାର ଉନ୍ମୋଚନ, ମଙ୍ଗଳ ଆଳତି, ମର୍ଦ୍ଦନ, ଅବକାଶ, ବେଶ, ସୂର୍ଯ୍ୟ ପୂଜା, ଦ୍ବାରପାଳ ପୂଜା, ସକାଳ ଧୂପ, ବାଳଭୋଗ ପରେ ସାହାଣମେଲା ଦର୍ଶନ ବିଳମ୍ବିତ ରାତି ପର୍ୟ୍ୟନ୍ତ ଚାଲୁ ରହିବ। ପରେ ବୀରକେଶରୀ ବଲ୍ଲଭ, ଦ୍ବୀପ୍ରହର ଧୂପ, ସନ୍ଧ୍ୟା ଆଳତି, ଗୋଧନ ବାହୂଡା ଭୋଗ, ସା ଧୂପବେଶ ପରେ ଏକାଦଶୀ ବେଢା, ଜାତଭୋଗ ଏବଂ ମନ୍ଦିର ଚୂଡାକୁ ମହାଦୀପ ଉଠିବ। ଦେବ ଉତ୍ଥାପନ ନୀତି ଓ ବଡ ସିଂହାର ପରେ ପହୁଡ଼ ନୀତି କରାଯିବ। ରାସ୍ତା ପାର୍ଶରେ ଉଠାଦୋକାନ ଖୋଲା ନ ଯିବା ଓ ମନ୍ଦିର ସମ୍ମୁଖରେ ପାର୍କିଂ ବନ୍ଦ ରଖାଯାଇଥିଲେ ମଧ୍ୟ ବେଆଇନ ଭାବେ ମନ୍ଦିର ପ୍ରଶାସନ ଏହାର ବ୍ୟତିକ୍ରମ କରିବାରୁ ସାଧାରଣ ଲୋକେ ହଇରାଣ ହରକତ ହେଉଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ପଞ୍ଚସଖା ପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ମୀନା ବଜାର ବୁଲି ଲୋକେ ମଜ୍ଜା ନେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri