ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିବ। ରଥଯାତ୍ରା ପରେ ଶ୍ରୀମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରୀଷନ କୁମାର ସୂଚନା ଦେଇଛନ୍ତି।

Share