ପୁଣି ରତ୍ନଭଣ୍ଡାର ଖେଳ

ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କରାଯାଉ ଏବଂ ତା’ ଭିତରେ ଥିବା ମହାପ୍ରଭୁଙ୍କ ରତ୍ନ ସବୁ ଗଣତି ହେଉ। ଏନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଛି। ରତ୍ନଭଣ୍ଡାର ଚାବି ହଜିବା ପରେ ସମସ୍ତଙ୍କ ସନ୍ଦେହ ବଢ଼ିଥିବାରୁ ଏହି ଦାବି ଅଧିକ ଗୁରୁତ୍ୱବହନ କରୁଛି। ସମୟ ଗଡ଼ିଚାଲିଛି, ହେଲେ ରତ୍ନଭଣ୍ଡାର ଖୋଲିବା ନେଇ ସେଭଳି କୌଣସି ଅଗ୍ରଗତି ହୋଇନାହିଁ। ହାଇକୋର୍ଟରେ ବିଚାରାଧୀନ ଏ ସଂକ୍ରାନ୍ତ ମାମଲାରେ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ୬୦ ଦିନ ମଧ୍ୟରେ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ୨୦୧୮ ଏପ୍ରିଲ ୪ରେ ରତ୍ନଭଣ୍ଡାରର ଭିତର କୋଠରି ଖୋଲିବା ଉଦ୍ୟମ ହୋଇଥିଲା। ହେଲେ ସେଥିରୁ କୌଣସି ସୁଫଳ ମିଳିପାରି ନ ଥିଲା। ତେଣୁ ଏବେକାର ରାୟ ପରେ କେଉଁଭଳି ପଦକ୍ଷେପ ନିଆଯିବ ସେନେଇ ସନ୍ଦେହ ଉପୁଜିଛି। କେତେକେ ଏହାକୁ ପୁଣି ଏକ ରତ୍ନଭଣ୍ଡାର ଖେଳ ବୋଲି କହିଲେଣି।

କଟକ,୩୦ା୯ (କାର୍ତ୍ତିକ ସାହୁ): ରତ୍ନଭଣ୍ଡାର ମରାମତି ଓ ରତ୍ନ ଗଣତି ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ ନିମନ୍ତେ ରାଜ୍ୟ ସରକାରଙ୍କୁ ପତ୍ର ଲେଖିବାକୁ ରିଜୋଲୁଶନ ହୋଇଥିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ହାଇକୋର୍ଟ କିମ୍ବା ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହେବ ବୋଲି ସତ୍ୟପାଠରେ ଦର୍ଶାଯାଇଛି। ତେବେ ଶ୍ରୀମନ୍ଦିର ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ଏନେଇ ଅନୁରୋଧ କରିବା ଦିନଠାରୁ ଆରମ୍ଭ କରି ୬୦ ଦିନ ମଧ୍ୟରେ ଉଚ୍ଚସ୍ତରୀୟ କମିଟି ଗଠନ ଦିଗରେ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି। ଏହି ଉଚ୍ଚସ୍ତରୀୟ କମିଟି ରତ୍ନଭଣ୍ଡାର ରତ୍ନ ଗଣତିରେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ସହାୟତା କରିବ। ମାତ୍ର ଉକ୍ତ ଉଚ୍ଚସ୍ତରୀୟ କମିଟି ରତ୍ନଭଣ୍ଡାର ଭିତର ପାର୍ଶ୍ୱ କାନ୍ଥ ମରାମତି ଓ ରତ୍ନ ଗଣନା ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଗତ ଅଗଷ୍ଟ ୪ ତାରିଖ ବୈଠକରେ ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟଙ୍କ ପରାମର୍ଶ କ୍ରମେ ହୋଇଥିବା ଯୋଜନାରେ କୌଣସି ହସ୍ତକ୍ଷେପ କରିପାରିବେ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ହାଇକୋର୍ଟ ଆହୁରି କହିଛନ୍ତି, ଆମକୁ ଶ୍ରୀମନ୍ଦିର ପରିଚାଳନା କମିଟି ଉପରେ ରତ୍ନଭଣ୍ଡାର ପରିଚାଳନା ଓ ମରାମତି ସଂକ୍ରାନ୍ତରେ ବିଶ୍ୱାସ ରଖିବା ଉଚିତ୍‌। କୌଣସି ଜରୁରୀ କାର୍ଯ୍ୟର ଆବଶ୍ୟକତା ଥିଲେ ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟି ନିଶ୍ଚିତ ଭାବେ ଶ୍ରୀମନ୍ଦିର ପରିଚାଳନା କମିଟିକୁ ପରାମର୍ଶ ଦେବେ ବୋଲି ଆମ୍ଭେମାନେ ବିଶ୍ୱାସ କରୁ। ଏଥିସହ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ମିଳିତ ଭାବେ ସକ୍ରିୟ ସହଯୋଗ କରି ରତ୍ନଭଣ୍ଡାର ସଂରକ୍ଷଣ କରିବେ। ରାଜ୍ୟ ସରକାର ମଧ୍ୟ ଏହି କାର୍ଯ୍ୟର ଦକ୍ଷ ପରିଚାଳନା ନିମନ୍ତେ ଆଗେଇ ଆସିବେ ବୋଲି ହାଇକୋର୍ଟ ଆଶାବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାର ରତ୍ନଭଣ୍ଡାରର ସୁରକ୍ଷା ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଆବେଦନକାରୀ ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ହାଇକୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରିଥିଲେ। ରତ୍ନଭଣ୍ଡାର ବିପଦସଙ୍କୁଳ ସ୍ଥିତିରେ ରହିଥିବାରୁ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ଅଳଙ୍କାର ଗଣତି କରାଯାଉ ଏବଂ ରତ୍ନଭଣ୍ଡାରକୁ ତୁରନ୍ତ ଖୋଲି ମରାମତି କରାଯିବାକୁ ଆବେଦନକାରୀ ମହାନ୍ତି ପ୍ରାର୍ଥନା କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନ୍‌ଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ସରକାରଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବୁଦ୍ଧଦେବ ରାଉତରାୟ, ଗୌତମ ମୁଖାର୍ଜୀ, ଡେପୁଟି ସଲିସିଟର ଜେନେରାଲ ଅଫ୍‌ ଇଣ୍ଡିଆ ପ୍ରସନ୍ନ କୁମାର ପାଢ଼ୀ ପ୍ରମୁଖ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri