ଭୁବନେଶ୍ୱର,୨୫।୩: ବିଜେଡିରୁ ଇସ୍ତଫା ଦେଇଥିବା ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ସାରେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି । ଆଗାମୀ ଦିନରେ ଗଞ୍ଜାମରେ ଭାଜପା ବେଶ୍ ଭଲ ପ୍ରଦର୍ଶନ କରିବ ବୋଲି ସେ ଆଶାବାଦୀ ଅଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଆଜ ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ସମର୍ଥକମାନଙ୍କୁ ଦଳୀୟ ଉତ୍ତରୀୟ ଓ ଟୋପି ପିନ୍ଧାଇ ସ୍ବାଗତ କରିଛନ୍ତି।