ପୁଷ୍ପା-୨ ସୁଟିଂ ସେଟରେ ଅସୁସ୍ଥ ହେଲେ ଅଲୁ ଅର୍ଜୁନ, ଅଟକିଲା ସୁଟିଂ

ହାଇଦ୍ରାବାଦ,୨।୧୨: ସାଉଥ୍ ର ଷ୍ଟାଇଲିସ୍ ଷ୍ଟାର ଅଲୁ ଅର୍ଜୁନ ଆଜିକାଲି ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨ ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ପୁଷ୍ପା ସୁଟିଂ ସେଟରୁ ଏକ ବଡ଼ ଖବର ଆସିଛି, ଯାହା ଶୁଣିବା ପରେ ଅଲୁ ଅର୍ଜୁନଙ୍କ ପ୍ରଶଂସକମାନେ ନିରାଶ ହୋଇପାରନ୍ତି।

କୁହାଯାଉଛି ଯେ ଫିଲ୍ମର ସୁଟିଂ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ଫିଲ୍ମର ଏକ ଗୁରୁତ୍ୱପୂର୍ଣ୍ଣ କ୍ରମର ସୁଟିଂ କରିବା ସମୟରେ ଅଲୁ ଅର୍ଜୁନ ଆହତ ହୋଇଥିଲେ। ଏହି କାରଣରୁ ନିର୍ମାତାମାନେ ଶୁଟିଂକୁ କିଛି ଦିନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଅଲୁ ଅର୍ଜୁନଙ୍କ ଟିମ୍ ମିଡ଼ିଆକୁ ଏହି ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ, ଫାଇଟ ସିନର ସୁଟିଂ କରୁଥିବା ସମୟରେ ଅଲୁ ଅର୍ଜୁନଙ୍କ ପିଠିରେ ଗଭୀର ଆଘାତ ଲାଗିଥିଲା। ଏହି କାରଣରୁ ଡାକ୍ତରମାନେ ତାଙ୍କୁ ବର୍ତ୍ତମାନ ପାଇଁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ଏବେ ଫିଲ୍ମର ସୁଟିଂ ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଆରମ୍ଭ ହେବ।

ଫିଲ୍ମ ପୁଷ୍ପା-୨ ଆସନ୍ତା ବର୍ଷ ଅଗଷ୍ଟ ୧୫ ରେ ପ୍ରେକ୍ଷାଳୟକୁ ଆସିବ। ଫିଲ୍ମକୁ ନେଇ ଦର୍ଶକଙ୍କ ମଧ୍ୟରେ ଜବରଦସ୍ତ କ୍ରେଜ୍ ରହିଛି। ପ୍ରଶଂସକମାନେ ଉତ୍ସାହର ସହିତ ଫିଲ୍ମକୁ ଅପେକ୍ଷା କରିଛନ୍ତି। ଏହି ଚଳଚ୍ଚିତ୍ରର ପ୍ରଥମ ଭାଗ ବକ୍ସ ଅଫିସରେ ଏକ ବ୍ଲକବଷ୍ଟର ବୋଲି ପ୍ରମାଣିତ ହୋଇଥିଲା। ସେହିପରି ଏହାର ଦ୍ୱିତୀୟ ଭାଗ ମଧ୍ୟ ସେଇନମ ହଲ୍ରେ ଚହଳ ପକାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣକୁ ନେଇ ସଲମାନ କହିଲେ ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା…

ମୁମ୍ବାଇ,୨୩ା୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌...

ବିନା କ୍ୟାମେରା, ବିନା ଷ୍ଟାରରେ ମନ୍ଦିର ପୂଜାରୀ ତିଆରି କଲେ ବିଶ୍ୱର ପ୍ରଥମ AI ଫିଲ୍ମ !

ବେଙ୍ଗାଲୁରୁ,୨୨।୪: କର୍ନାଟକର ଜଣେ ପୂଜାରୀ AI ଉପକରଣ ସାହାଯ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଆଧାରିତ କନ୍ନଡ ଫିଲ୍ମ ତିଆରି କରିଛନ୍ତି। ବେଙ୍ଗାଲୁରୁର ସିଦ୍ଧେହଲ୍ଲି ଗାଁର ହନୁମନ୍ତରାଇ...

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

ବିବାହ ବାର୍ଷିକୀରେ ଏମିତି କାମ କଲେ ଐଶ୍ୱର୍ଯ୍ୟା: ବଢୁଛି ଚର୍ଚ୍ଚା

ବଲିଉଡ୍‌ର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ପାଇଁ ଗତ କିଛି ମାସ ଭଲ ନ ଥିଲା। ବଚ୍ଚନ ପରିବାର ମଧ୍ୟରେ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍‌ଲାଇଟ୍‌ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ...

‘ଜାଟ୍‌’ ସିନେମାକୁ ନେଇ ବିବାଦ: ସନ୍ନି ଦେଓଲ, ରଣଦୀପ୍‌ ହୁଡାଙ୍କ ନାଁରେ ମାମଲା

ଚଣ୍ଡିଗଡ଼,୧୯।୪:ଗତ ୧୦ ତାରିଖରେ ମୁକ୍ତିଲାଭ କରିଥିବା ‘ଜାଟ୍‌’ ଚଳଚ୍ଚିତ୍ରର ଏକ ଦୃଶ୍ୟ ସମଗ୍ର ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବା ଅଭିଯୋଗକ୍ରମେ ବଲିଉଡ୍‌ ଅଭିନେତା...

କ’ଣ ଏହି ମଡେଲଙ୍କୁ ଡେଟ୍‌ କରୁଛନ୍ତି ହନି ସିଂ? ଜନ୍ମଦିନ ପାର୍ଟିରେ ହାତ ଧରି…

ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ଖ୍ୟାତନାମା ରାପର ହନି ସିଂ। ଜଣେ ମଡେଲଙ୍କ ପାଇଁ ତାଙ୍କ ହୃଦୟରେ ଗୀଟାର, ବୀଣା ବାଜିବା ଆରମ୍ଭ ହୋଇଛି। ସଂଗୀତ ଦୁନିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image