ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ: କହିଲେ…

ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଅଛନ୍ତି। ସେ ମସ୍କୋର ନୁକୋଭୋ-୨ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ପହଞ୍ଚି ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ରୁଷିଅର ଉପମୁଖ୍ୟମନ୍ତ୍ରୀ ଡେନିସ ମଣ୍ଟୁରୋଭ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦେଶର ବିକାଶରେ ପିଏମ ମୋଦିଙ୍କ ଅବଦାନକୁ ପୁଟିନ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତ ସମୟରେ ରାଷ୍ଟ୍ରପତି ପୁଟିନ କହିଛନ୍ତି, ପୁନର୍ବାର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାରୁ ଆପଣଙ୍କୁ ଅଭିନନ୍ଦନ। ମୁଁ ଭାବୁଛି ଏହା କୌଣସି ସଂଯୋଗ ନୁହେଁ ବରଂ ଆପଣଙ୍କର ବହୁ ବର୍ଷର କାର୍ଯ୍ୟର ଫଳାଫଳ। ଆପଣ ଜଣେ ଶକ୍ତିଶାଳୀ ବ୍ୟକ୍ତି। ଆପଣ ସର୍ବଦା ଭାରତ ଏବଂ ଭାରତୀୟ ଲୋକଙ୍କ ସ୍ବାର୍ଥରେ ଫଳାଫଳ ହାସଲ କରିବାକୁ ସମର୍ଥ ହୋଇଛନ୍ତି, ଫଳାଫଳ ଦୃଶ୍ୟମାନ ହେଉଛି। ଭାରତ ବର୍ତ୍ତମାନ ତୃତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା।
ପୁଟିନ ଆହୁରି ମଧ୍ୟ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଜୀବନକୁ ଭାରତବାସୀଙ୍କ ପାଇଁ ଉତ୍ସର୍ଗ କରିଛନ୍ତି। ଏହାର ଜବାବରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତର ଲୋକମାନେ ତାଙ୍କୁ ମାତୃଭୂମିର ସେବା କରିବାର ଆଉ ଏକ ସୁଯୋଗ ଦେଇଛନ୍ତି। ମୋର କେବଳ ଗୋଟିଏ ଲକ୍ଷ୍ୟ ଅଛି, ଏହି ଲୋକମାନଙ୍କୁ ଏବଂ ଦେଶର ସେବା କରିବା।
୨୨ତମ ଭାରତ-ରୁଷିଆ ବାର୍ଷିକ ସମିଟ୍‌ରେ ପୁଟିନ୍‌ଙ୍କ ସହ ମୋଦି ସହ ଅଧ୍ୟକ୍ଷତା କରିବେ। ତେବେ ସେମାନେ ପ୍ରେସ୍‌କୁ କୌଣସିି ବିବୃତି ଦେବେନାହିଁ ବୋଲି କ୍ରେମ୍‌ଲିନ୍‌ ପକ୍ଷରୁ କୁହାଯାଇଛି। ଉକ୍ତ ସମିଟ୍‌ରେ ଆର୍ଥତ୍କ କାର୍ଯ୍ୟସୂଚୀ ପ୍ରମୁଖ ସ୍ଥାନ ନେବାକୁ ଥିବାବେଳେ ୟୁକ୍ରେନ୍‌ ସହ ଲାଗିରହିଥିବା ଯୁଦ୍ଧ ପ୍ରସଙ୍ଗ ମଧ୍ୟ ସ୍ଥାନ ପାଇପାରେ। ଯୁଦ୍ଧକ୍ଷେତ୍ରରୁ ସମାଧାନ ବାହାରିପାରିବ ନାହିଁ ବୋଲି ମୋଦି ପୁଟିନ୍‌ଙ୍କୁ ଅବଗତ କରାଇପାରନ୍ତି ବୋଲି ଏକ ସୂତ୍ରରୁ ଜଣାପଡ଼ିଛି।
ସୋମବାର ମୋଦି ମସ୍କୋର ନୁକୋଭୋ-୨ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବା ପରେ ରାଷ୍ଟ୍ରପତି ପୁଟିନ୍‌ଙ୍କ ନୋଭୋ-ଓଗାରେଭୋସ୍ଥିତ ବାସଭବନରେ ପହଞ୍ଚତ୍ଥିଲେ। ତାଙ୍କ ସମ୍ମାନାର୍ଥେ ପୁଟିନ୍‌ ନୈଶ୍ୟଭୋଜିର ଆୟୋଜନ କରିଥିଲେ। ମୋଦି ତୃତୀୟ ଥର ପ୍ରଧାନମନ୍ତ୍ରୀ ନିର୍ବାଚିତ ହୋଇଥିବାରୁ ପୁଟିନ୍‌ ପ୍ରଥମେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ସରକାରର ମୁଖ୍ୟ ଭାବେ ଏହା ଆପଣଙ୍କ ବହୁ ବର୍ଷର କାର୍ଯ୍ୟର ଫଳ ବୋଲି ପୁଟିନ୍‌ କହିଥିଲେ। ଭାରତ ବିଶ୍ୱ ଅର୍ଥନୀତିରେ ନିଶ୍ଚୟ ତୃତୀୟ ସ୍ଥାନରେ ପହଞ୍ଚତ୍ବ ବୋଲି ଏହି ଅବସରରେ ରୁଷିଆ ରାଷ୍ଟ୍ରପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri