Posted inଖେଳ

ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ଝଗଡ଼ା, କଥା ଗଲା ମାଡପିଟ ପର୍ଯ୍ୟନ୍ତ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଇସଲାମାବାଦ,୫।୪: ଦିନିକିଆ ସିରିଜରେ ନ୍ୟୁଜିଲାଣ୍ଡ ପାକିସ୍ତାନକୁ ଅତି ଶୋଚନୀୟ ଭାବେ ପରାସ୍ତ କରିଥିଲା। ନ୍ୟୁଜିଲାଣ୍ଡ ଏହି ସିରିଜକୁ ୩-୦ରେ ଜିତିଛି। ସିରିଜର ତୃତୀୟ ଏବଂ ଅନ୍ତିମ ମ୍ୟାଚ ଶନିବାର ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଇଥିଲା। ନ୍ୟୁଜିଲାଣ୍ଡ ଏହି ମ୍ୟାଚକୁ ୪୩ ରନରେ ଜିତିଥିଲା। ପାକିସ୍ତାନର ଦମଦାର ପରାଜୟ ପରେ, କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପାକିସ୍ତାନୀ ଖେଳାଳି ଖୁସିଦିଲ ଶାହ ମ୍ୟାଚ ଦେଖିବାକୁ ଆସିଥିବା ପ୍ରଶଂସକଙ୍କ ସହ ଝଗଡ଼ା କରିଥିବା ଦାବି କରାଯାଉଛି।
ଖୁସଦିଲ ଶାହଙ୍କ କିଛି ଫଟୋ ଇନଷ୍ଟାଗ୍ରାମରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ରେଲିଂ ମଧ୍ୟରେ ଦେଖାଯାଇଛନ୍ତି। ଦି ଫ୍ରି ପ୍ରେସ ଜର୍ଣ୍ଣାଲରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଖୁସଦିଲ ପ୍ରଶଂସକଙ୍କ ସହ ଲଢ଼ିବା ପାଇଁ ରେଲିଂ ଡେଇଁ ପଡ଼ିଥିଲେ। କିନ୍ତୁ ସେଠାରେ ଥିବା ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଦାବି କରାଯାଉଛି ଯେ ସେଠାରେ ଠିଆ ହୋଇଥିବା ପ୍ରଶଂସକମାନେ ପାକିସ୍ତାନୀ ଦଳକୁ ତାଚ୍ଛଲ୍ୟ କରିଥିଲେ। ଏହା ପରେ ଖୁସିଲ ନିଜର ରାଗ ଶାନ୍ତ କରିଥିଲେ। ଏହାକୁ ନେଇ କୌଣସି ସରକାରୀ ସୂଚନା ମିଳିନାହିଁ।
ଖୁସିଦିଲ ଶାହଙ୍କ ମାମଲାରେ, ଇମ୍ରାନ ସିଦ୍ଦିକି ନାମକ ଜଣେ ଏକ୍ସ ବ୍ୟବହାରକାରୀ ଲେଖିଛନ୍ତି, ‘ଦୁଇ ଜଣ ଆଫଗାନି ଯୁବକ ପାକିସ୍ତାନୀ କ୍ରିକେଟରଙ୍କ ସହ ଖରାପ ବ୍ୟବହାର କରିଥିଲେ। ଖୁସଦିଲ ଶାହ ତାଙ୍କୁ ଶାନ୍ତ ରହିବାକୁ କହିଥିଲେ। କିନ୍ତୁ ସେ ଶୁଣି ନଥିଲେ ଏବଂ ମୋତେ ଗାଳି ଦେବା ଆରମ୍ଭ କରିଥିଲେ।’
ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଏକଦିବସୀୟ ମ୍ୟାଚରେ ପାକିସ୍ତାନକୁ ୭୩ ରନରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ସେମାନଙ୍କୁ ୮୪ ରନରେ ପରାସ୍ତ କରିଥିଲା। ଏହା ପରେ, ତୃତୀୟ ଏକଦିବସୀୟରେ ମଧ୍ୟ ସେମାନଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡିଲା।


Enter your email to get our daily news in your inbox.

All Right Reserved By Dharitri.Com

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ସମସ୍ତ ପ୍ରାର୍ଥୀ upsc.gov.in କୁ ଯାଇ ଗୋଟିଏ କ୍ଲିକ୍‌ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଏଥର,...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ଗଞ୍ଜାମ ପୁଲିସରର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image