ମେ ୬ରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବରଗଡ଼ ଅଫିସ, ୧୩।୪: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରବି  ଧାନ ସଂଗ୍ରହ ଉପରେ ଆଲୋଚନା ହୋଇ ବିଭିନ୍ନ ପ୍ରସ୍ତାବ ନିଆଯାଇଥିଲା। ଏଥର ଆସନ୍ତା ମେ ୬ ତାରିଖରୁ ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକରୁ ଧାନ ସଂଗ୍ରହ ଆରମ୍ଭ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ସେହିପରି ମେ’ ମାସ ୧୨ ତାରିଖ ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକରେ ଧାନ କିଣାଯିବ। ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧୀନ ମଣ୍ଡିଗୁଡିକ ଚାଷୀଙ୍କ ସହିତ ଆଲୋଚନା କରି ପର୍ଯ୍ୟାୟ କ୍ରମେ ଖୋଲିବ ବୋଲି ସୂଚନା ଦିଆଯାଇଥିଲା। ଏଥର ୫୨ଟି ପ୍ରାଥମିକ କୃଷି ସମବାୟ ସମିତି ଏବଂ ୩୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଯୋଗାଣ ନିଗମ ଧାନ କିଣିବ। କଷ୍ଟମ ମିଲିଂ ମାଧ୍ୟମରେ ଧାନ ଉଠାଇବା ପାଇଁ ଜିଲାର ୧୧୪ ରାଇସ୍‌ ମିଲର୍ସଙ୍କ ମଧ୍ୟରୁ ଯୋଗ୍ୟତା ଭିତ୍ତିରେ ମିଲର୍ସମାନଙ୍କୁ ଚୟନ କରାଯିବ ବୋଲି ବୈଠକରେ ସୂଚନା କୁହାଯାଇଛି।

ଧାନ ସଂଗ୍ରହ ପାଇଁ ଏଥର ଜିଲାରେ ୧୭୨ଟି ମଣ୍ଡି ସପ୍ତାହକୁ ୬ଦିନ ଖୋଲିବ ଏବଂ ସକାଳ ୬ଟାରୁ ଦିନ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଧାନ ସଂଗ୍ରହ କରାଯିବ। ଏଥର ସାଧାରଣ ଧାନ କୁଇଣ୍ଟାଲ ପ୍ରତି ୨ହଜାର ୪୦ ଟଙ୍କା ଏବଂ ଗ୍ରେଡ- ଏ ଧାନ କୁଇଣ୍ଟାଲ ପ୍ରତି ୨ହଜାର ୬୦ ଟଙ୍କାରେ କିଣାଯାଇ ଚାଷୀଙ୍କୁ ପି-ପାସ୍‌ ମାଧ୍ୟମରେ ପ୍ରାପ୍ୟ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଥିଲା।

ବୈଠକରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଏମ୍‌ପିଙ୍କ ପ୍ରତିନିଧି ସୁରେଶ୍ବର ଶତପଥି, ଏସ୍‌ପି ପି. ଏସ୍‌ ମିନାଙ୍କ ସମେତ ଅନ୍ୟ ପଦାଧିକାରୀ, ଚାଷୀ ଓ ମିଲର୍ସ ପ୍ରତିନିଧି ଉପସ୍ଥିତ ଥିଲେ। ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ଶେଷ କରିବାକୁ ଜିଲାପାଳ ବାନାର୍ଜୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri