ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସ ଆଉ ନାହାନ୍ତି। ଏଠାକାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ଦେହାନ୍ତ ହୋଇଛି। ତେବେ କଥାକାରଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି।
ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ‘ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ତଥା କଳା ଜଗତ ପ୍ରତି ତାଙ୍କର ବହୁମୂଲ୍ୟ ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।
ପ୍ରକାଶ ଯେ, ରବିନ୍ଦ୍ରନାଥ ଜଣେ ଉଚ୍ଚକୋଟୀର ଗାଳ୍ପିକ ଭାବେ ବେଶ ଜଣାଶୁଣା। ସେ ଓଡିଶା ସାହିତ୍ୟ ଏକାଡେମୀର ସେ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ଦିଗରେ ସେ ସର୍ବଦା କାର୍ଯ୍ୟ କରିଆସିଥିଲେ।