ବିଜ୍ଞାନ କଲେଜରେ ରାଗିଂ: ୨ ଗିରଫ, ଜଣେ ଛାତ୍ର ବହିଷ୍କୃତ

ଆସିକା, ୬ା୧ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଗତ ୩ ତାରିଖରେ ଘରକୁ ଫେରୁଥିବା ଜଣେ ଛାତ୍ରୀଙ୍କୁ ରାଗିଂ ଅଭିଯୋଗରେ ପୋଲିସ ଶୁକ୍ରବାର ୨ ଜଣ ଛାତ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଦେବାଶିଷ ସ୍ବାଇଁ ଓ କୈଳାସ ସ୍ବାଇଁ। ସେମାନଙ୍କ ମଧ୍ୟରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କଳାର ଛାତ୍ର ଦେବାଶିଷଙ୍କୁ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ବାଧ୍ୟତାମୂଳକ ଟିସି ଦେଇ କଲେଜରୁ ବହିଷ୍କାର କରିଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୩ ତାରିଖ ମଙ୍ଗଳବାର ଛାତ୍ରୀ ଜଣକ ଅପରାହ୍ନ ପ୍ରାୟ ୨ଟାରେ କଲେଜରୁ ଘରକୁ ଫେରୁଥିବା ବେଳେ କଲେଜ ଫାଟକ ବାହାରେ ଯୁକ୍ତ ୩ ଦ୍ୱିତୀୟ ବର୍ଷ କଳାର ଛାତ୍ର ଦେବାଶିଷ ସ୍ବାଇଁ, କୈଳାସ ସ୍ବାଇଁଙ୍କ ସମେତ ଅନ୍ୟ ଦୁଇଜଣ ଯୁବକ ମିଶି ତାଙ୍କୁ ରାଗିଂ କରିବା ସହିତ ତାଙ୍କ ନାମ ପଚାରିଥିଲେ ଓ ବିଭିନ୍ନ ଅଶ୍ଳୀଳ ଇଙ୍ଗିତ କରିଥିଲେ। ଛାତ୍ରୀଜଣକ ତାଙ୍କ ଭାଇଙ୍କୁ ଖବର ଦେବା ପରେ ସେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଭିଯୁକ୍ତମାନେ ତାଙ୍କ ଭାଇଙ୍କୁ ମଧ୍ୟ ଧମକଚମକ ଦେଇଥିଲେ। ଏନେଇ ଛାତ୍ରୀଜଣକ କଲେଜ ଅଧ୍ୟକ୍ଷଙ୍କୁ ଜଣାଇବା ସହିତ ଆସିକା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତିକରି ୬/୨୩ରେ ଏକ ମାମଲା ରୁଜୁ କରିଥିଲା। ଘଟଣାର ତଦନ୍ତ କରି ଶୁକ୍ରବାର ଅଭିଯୁକ୍ତ କେ.ଲଛମନପଲ୍ଲୀ ଗ୍ରାମର ଦେବାଶିଷ ଓ କୈଳାସଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି ବୋଲି ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି। ଅନ୍ୟପକ୍ଷରେ ଏହି ରାଗିଂ ଘଟଣାକୁ ନେଇ ବୁଧବାର କଲେଜ ଶୃଙ୍ଖଳା କମିଟି ଓ ଆଣ୍ଟିରାଗିଂ ସେଲ୍‌ ପକ୍ଷରୁ ବୈଠକ ଡକାଯାଇ ସତ୍ୟାସତ୍ୟ ଅନୁଧ୍ୟାନ କରାଯାଇଥିଲା। କଲେଜ ପରିସରରେ ବିଶୃଙ୍ଖଳିତ ଆଚରଣ ଓ ଅଧ୍ୟୟନରତ ଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଛାତ୍ର ଦେବାଶିଷଙ୍କୁ ବହିଷ୍କାର ଲାଗି ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri