Posted inଜାତୀୟ

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି ଏବଂ ରାଏବରେଲି ଆସନରୁ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଛି। ଏହା ପରେ ରାହୁଲ ତାଙ୍କ ମା’, ଭଉଣୀ, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଦଳର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ରାଏବରେଲିର ଫୁରସତଗଞ୍ଜ ବିମାନବନ୍ଦରରେ ପହଞ୍ଚିଥିଲେ।

Rahul Gandhi Arrives In Raebareli On Special Flight With Family, Top Aides

କିଛି ଦିନ ଧରି ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର କରି ଦଳ ଆଜି ରାହୁଲ ତାଙ୍କ ମା ସୋନିଆଙ୍କ ନିର୍ବାଚନମଣ୍ଡଳୀ ଥିବା ରାଏବରେଲି ଆସନରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଘୋଷଣା କରିଛନ୍ତି। ଦଳ ଶୁକ୍ରବାର ଏକ ବିବୃତ୍ତିରେ କହିଛି ଯେ, ଗାନ୍ଧୀ ପରିବାରର ଘନିଷ୍ଠ ସହଯୋଗୀ କିଶୋରୀ ଲାଲ୍‌ ଶର୍ମାଙ୍କୁ ଆମେଠି ଲୋକ ସଭା ଆସନରୁ ପ୍ରାର୍ଥୀ କରାଯାଇଛି। ଶର୍ମା ଏହି ଦୁଇଟି ସମ୍ମାନଜନକ ନିର୍ବାଚନମଣ୍ଡଳୀ ଉପରେ ନଜର ରଖିଛନ୍ତି। ୭ଟି ପର୍ଯ୍ୟାୟ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମେ’ ୨୦ ରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଥିବା ଆସନ ପାଇଁ ନାମାଙ୍କନ ଦାଖଲ କରିବାର ଆଜି ହେଉଛି ଶେଷ ତାରିଖ।

rahul gandhi kishori lal sharma congress amethi raebareli candidates lok sabha elections 2024

ରାଏବରେଲି ଏବଂ ଆମେଠି ଆସନ ପାଇଁ ଭୋଟ୍‌ କେବଳ ମେ’ ୨୦ରେ ହେବ। ଭୋଟ ଗଣନା ଜୁନ୍‌ ୪ରେ ହେବ। ସେପଟେ କେ.ଏଲ୍‌ ଶର୍ମା ପ୍ରିୟଙ୍କା ଗାନ୍ଧୀଙ୍କ ଉପସ୍ଥିତିରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି। ପୂର୍ବରୁ ଅନୁମାନ କରାଯାଉଥିଲା କି ପ୍ରିୟଙ୍କା ଆମେଠିରୁ ନିର୍ବାଚନ ଲଢ଼ିପାରନ୍ତି। କିନ୍ତୁ ତାଲିକା ପ୍ରକାଶ ପାଇବା ପରେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri