ଶ୍ରୀନଗର,୨୯।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ‘ଭାରତ ଯୋଡୋ ଯାତ୍ରା’ ଏବେ ଅନ୍ତିମ ଚରଣରେ ପହଞ୍ଚିଛି। ତାମିଲନାଡ଼ୁର କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଏବେ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ପହଞ୍ଚିଛି। ରାହୁଲ ରବିବାର ଏଠାର ଐତିହାସିକ ଲାଲ ଚୌକରେ ତ୍ରିରଙ୍ଗା ଉଡ଼ାଇଛନ୍ତି।
ତେବେ ରାହୁଲଙ୍କ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀକୁ ଦେଖି ଲାଲ୍ ଚୌକ୍କୁ ସିଲ୍ କରାଯାଇଥିଲା। ସାଧାରଣ ନାଗରିକଙ୍କ ଗତିବିଧି ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏହି ଅବସରରେ ତାଙ୍କ ସହ ଭଉଣୀ ତଥା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଏବଂ ଦଳର ବହୁ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ଥିଲେ।