ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଲୋକ ସଭା ଏବଂ ବିଧାନସଭା କ୍ଷେତ୍ରରେ କିପରି ପ୍ରଭାବୀ ଢଙ୍ଗରେ ପ୍ରଚାର କରାଯିବ ତା’ର ରଣକାୈଶଳ ସ୍ଥିର କରାଯାଇଛି। ଜାତୀୟ କଂଗ୍ରେସର ୫ଟି ନ୍ୟାୟ ଓ ୨୫ଟି ଗ୍ୟାରେଣ୍ଟି ଏବଂ ରାଜ୍ୟ କଂଗ୍ରେସର ୯ଟି ଗ୍ୟାରେଣ୍ଟି କିପରି ସାଧାରଣ ମତଦାତାଙ୍କ ନିକଟରେ ପହଞ୍ଚିବ ସେନେଇ ଚର୍ଚ୍ଚା ହୋଇଛି। ଶ୍ରୀକ୍ଷେତ୍ର ଧାମରୁ ରାଜ୍ୟର ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ ପ୍ରଚାର ଆରମ୍ଭ କରାଯିବ। ଏହି ପ୍ରଚାର ଅଭିଯାନ ୧୪୭ ବିଧାନସଭା ଓ ୨୧ ଲୋକ ସଭା କ୍ଷେତ୍ରରେ ପହଞ୍ଚିବ। ଆସନ୍ତା ୨୮ରେ ମଧୁବାବୁଙ୍କ ଜନ୍ମସ୍ଥାନରେ ପ୍ରସ୍ତାବିତ ଜନସଭାରେ ଏମ୍‌ପି ରାହୁଲ ଗାନ୍ଧୀ ସମ୍ବୋଧନ କରିବେ। ବୁଥ୍‌ସ୍ତରରେ ଓଡ଼ିଶା କଂଗ୍ରେସ ୯ଟି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ପାଇଁ ରଣକୌଶଳ ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri