Posted inଜାତୀୟ

ରାହୁଲ ଗାନ୍ଧୀ ମନ୍ଦବୁଦ୍ଧି: ଭାଜପାର ଅଭିଯୋଗ…

ଭୋପାଳ,୧୦।୨ : ଭାଜପାର ମଧ୍ୟପ୍ରଦେଶ ରାଜ୍ୟ ସଭାପତି ବି.ଡି ଶର୍ମା ରାହୁଲ ଗାନ୍ଧୀଙ୍କୁ ମନ୍ଦବୁଦ୍ଧି ବୋଲି କହି ଅକ୍ଷେପ କରିଛନ୍ତି। ଜାତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ଦେଇଥିବା ରାହୁଊଙ୍କ ବିବୃତ୍ତି ଉପରେ ସେ ଏହି ମନ୍ତବ୍ୟ ଦେଇଛନ୍ତି। ଗ୍ବାଲିଅରରେ ଗଣମାଧ୍ୟମ ସହ କଥାବାର୍ତ୍ତାବେଳେ ସେ ଏଭଳି କହିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ଜାତି ଉପରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ସମ୍ପର୍କରେ ଗଣମାଧ୍ୟମରେ ପଚରାଯାଇଥିବା ପ୍ରଶ୍ନ ଉପରେ ଶର୍ମା କହିଛନ୍ତି ରାହୁଲ ମନ୍ଦବୁଦ୍ଧି। ସେ ଭାରତର ୧୪୦ କୋଟି ଲୋକଙ୍କୁ ମୂର୍ଖ ବୋଲି ଭାବୁଛନ୍ତି। ଯଦି ଏତେ ବଡ ଦଳର ଜାତୀୟ ନେତା ଏହି ପ୍ରକାର ଭାଷା କୁହନ୍ତି, ତେବେ ଏହାକୁ କେବଳ ମୂର୍ଖତା କୁହାଯାଇପାରେ।

ଏଥିରୁ ଜଣାପଡୁଛି ଯେଉଁମାନେ କଂଗ୍ରେସରୁ ପଳାଉଛନ୍ତି ସେମାନେ ବୋଧହୁଏ ରାହୁଲଙ୍କ କାରଣରୁ ଏପରି କରୁଛନ୍ତି। ସର୍ବଶେଷରେ, ମଧ୍ୟପ୍ରଦେଶର ଏକମାତ୍ର କଂଗ୍ରେସ ଏମପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲନାଥଙ୍କ ଭାଜପାରେ ଯୋଗ ଦେବା ବିଷୟରେ କଳ୍ପନା ଜଳ୍ପନ ସମ୍ପର୍କରେ ଶର୍ମା କହିଛନ୍ତି ଭାରତୀୟ ଜନତା ପାର୍ଟି ଏକ ସଂଗଠିତ ଦଳ, ଯାହା ବିଶ୍ୱରେ ସବୁଠାରୁ ଆଦର୍ଶ ବୋଲି ବିବେଚନା କରାଯାଉଛି। । ଏହା ଏକ ଫୋରମ ଯେଉଁଠାରେ ଲୋକମାନେ ଏକତ୍ର ହୋଇ ସମାଜ ପାଇଁ ଉନ୍ନତ କାର୍ଯ୍ୟ କରିପାରିବେ ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri