Categories: ଜାତୀୟ

ପିତାଙ୍କୁ ମନେ ପକାଇଲେ ରାହୁଲ

ନୂଆଦିଲ୍ଲୀ,୨୦ା୮: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଆଜି ହେଉଛି ୭୭ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ  ପିତାଙ୍କୁ ସ୍ମରଣ କରି ବୀରଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତା ଗୁଲାମ ନବି ଆଜାଦ ଏବଂ ଅଧୀର ରଞ୍ଜନ ଚୌଧୁରୀ ମଧ୍ୟ ବୀରଭୂମିରେ ପହଞ୍ଚି ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ୍‌ କରି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Share