ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଭୁବନେଶ୍ୱର,୧୫ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହା ଦିନ ୧୨ଟାରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚି ସେଠାରୁ ଗଞ୍ଜାମ ଜିଲାର ସୋରଡ଼ା ଗସ୍ତ କରିବେ। ସେଠାରେ ଆୟୋଜିତ ଏକ ସମାବେଶରେ ଶାହା ଯୋଗଦେବେ। ଉକ୍ତ କାର୍ଯ୍ୟକ୍ରମ ପରେ ଶାହା ଭୁବନେଶ୍ୱର ଫେରିଆସି ସ୍ଥାନୀୟ ଏକ ଘରୋଇ ହୋଟେଲରେ ବିଶ୍ରାମ ନେବେ। ଏହାପରେ ସେ କଟକରେ ଆୟୋଜିତ ହେବାକୁ ଥିବା ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ରୋଡ୍‌ ଶୋ ଗୋପବନ୍ଧୁ ବାଗ୍‌ରୁ ଆରମ୍ଭ ହୋଇ ବକ୍ସିବଜାର ଦେଇ ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର ଦେଇ ଯିବ। ନୟାସଡ଼କ, ବାଲୁବଜାର, ଚାନ୍ଦିନୀଚୌକ, ମହମ୍ମଦ ବଜାର ଏବଂ ଶେଖ୍‌ ବଜାର ହୋଇ ଚଣ୍ଡୀ ମନ୍ଦିର ପାଖରେ ରୋଡ୍‌ ଶୋ ପହଞ୍ଚିବ ବୋଲି ଜଣାପଡ଼ିଛି। ଏହାପରେ ଶାହା ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ସେହିପରି ବୁଧବାର ସାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନଡ୍ଡା ସାରେ ପହଞ୍ଚିବା ପରେ ସ୍ଥାନୀୟ ଏକ ଘରୋଇ ହୋଟେଲଠାରେ ଦଳର କିଛି ବରିଷ୍ଠ କାର୍ଯ୍ୟକର୍ତ୍ତା ଏବଂ ପ୍ରାର୍ଥୀମାନଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ନଡ୍ଡା ବରଗଡ଼ ଜିଲାର ପଦମ୍‌ପୁର ଏବଂ ସୁନ୍ଦରଗଡ଼ଠାରେ ଆୟୋଜିତ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ରାହୁଲ କଂଗ୍ରେସ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବାକୁ ବଲାଙ୍ଗୀର ଆସିବେ। ସେଠାରେ ସେ କଂଗ୍ରେସର ଲୋକ ସଭା ଓ ବିଧାନସଭା ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବେ। ରାହୁଲ ଦିନ ୧୧ଟା ୧୫ ମିନିଟ୍‌ରେ ବଲାଙ୍ଗୀରଠାରେ ପହଞ୍ଚି ସେଠାରୁ ଏକ ମୋଟର ସାଇକେଲ ରାଲି ଜରିଆରେ ଜନସଭାଠାରେ ପହଞ୍ଚି ଲୋକଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲ ଗାନ୍ଧୀଙ୍କ ଗସ୍ତକୁ ନେଇ ବଲାଙ୍ଗୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ସୂଚନା ଦେଇଥିଲେ। ରାହୁଲ ଗାନ୍ଧୀ ଏହା ପୂର୍ବରୁ ଏପ୍ରିଲ ୨୮ରେ ସାଲେପୁର ଆସି କଂଗ୍ରେସ ପାଇଁ ପ୍ରଚାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri