ନିରଞ୍ଜନଙ୍କ ଅଫିସ୍‌ରେ ରେଡ୍‌ ଘଟଣା: ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ

ଭଦ୍ରକ,୨୮ା୫(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟେଲ ଛକସ୍ଥିତ ନିର୍ବାଚନ କାର୍ଯ୍ୟାଳୟରେ ରେଡ୍‌ କରାଯିବା ଓ ବିଜେଡି କର୍ମୀ ଅଫିସ୍‌ ଭିତରେ ପଶି ଦୁର୍ବ୍ୟବହାର କରିବା ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି।
ଅଫିସ୍‌ ଭିତରକୁ ପ୍ରବେଶ କରିଥିବା ବିଜେଡି କର୍ମୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରାଯାଇଛି। ଜିଲାପାଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ସେମାନଙ୍କୁ ଗିରଫ କରା ନ ଗଲେ ରାଜ୍ୟ ନିର୍ବାଚନ ଅଧିକାରୀ ଓ କେନ୍ଦ୍ର ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯିବ ବୋଲି ମଙ୍ଗଳବାର ଖବରଦାତା ସମ୍ମିଳନୀରେ ପୂର୍ବତନ ଜିଲା ସଭାପତି ନଳିନୀକାନ୍ତ ମହାନ୍ତି ଚେତାବନୀ ଦେଇଛନ୍ତି।
ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ନଳିନୀକାନ୍ତ ଅଭିଯୋଗ କରିଛନ୍ତି ଯେ, ଗତ ୨୫ ତାରିଖ ଅଧରାତିରେ ନିର୍ବାଚନ ଅଧିକାରୀ ଏବଂ ଫ୍ଲାଇଂସ୍କ୍ବାଡ୍‌ ମିଳିତ ଭାବେ ମୋଟେଲ ଛକସ୍ଥିତ ମାରୁତି ସୁଜୁକି ଏରିନା ଶୋ’ରୁମ୍‌ ଆଗରେ ଥିବା ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସମସ୍ତ ଗାଡ଼ି ଯାଞ୍ଚ  କରିଥିଲେ। ଏହି ଯାଞ୍ଚରେ ସମ୍ପୂର୍ଣ୍ଣ ସହଯୋଗ କରାଯାଇଥିଲା। କିନ୍ତୁ ଯାଞ୍ଚ ବେଳେ କେତେଜଣ ବିଜେଡି କର୍ମୀ ହୋହଲ୍ଲା କରିବା ସହ କଂଗ୍ରେସ ଅଫିସ୍‌ ଓ ମାରୁତି ଶୋ’ରୁମ୍‌କୁ ଯାଞ୍ଚ ପାଇଁ ପ୍ରଶାସନ ଉପରେ ଚାପ ପ୍ରୟୋଗ କରିଥିଲେ।
ଚାପରେ ବଶବର୍ତ୍ତୀ ହୋଇ ସୋମବାର ସନ୍ଧ୍ୟାରେ ପୁନର୍ବାର ନିର୍ବାଚନ ଆୟୋଗ ଅଧିକାରୀ ପୋଲିସ ସହ ଅଫିସ୍‌ରେ ପଶି ଯାଞ୍ଚ କରିଥିଲେ। ସେମାନଙ୍କ ସହ କେତେଜଣ ବିଜେଡି କର୍ମୀ କଂଗ୍ରେସ ଅଫିସ୍‌କୁ ପଶିଥିଲେ। କଂଗ୍ରେସ କାର୍ଯ୍ୟକର୍ତ୍ତାମାନେ ବିରୋଧ କରିବାରୁ ବିଭିନ୍ନ ଧମକ ଦେଇଥିଲେ। ଏନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ ସହ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।
ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ନଳିନୀକାନ୍ତ  ପ୍ରକାଶ କରିଛନ୍ତି। ଭଣ୍ଡାରିପୋଖରୀରେ ବିଜେଡି ହାରିବା ଭୟରେ ଏପରି କରୁଥିବା ସେ ଅଭିଯୋଗ କରିଛନ୍ତି। ପୂର୍ବତନ ଜିଲା ସଭାପତି ସୁବ୍ରତ ଦାସ, ବନ୍ତ ବ୍ଲକ କଂଗ୍ରେସ ସଭାପତି ରାଜକିଶୋର ସ୍ବାଇଁ, ଦଳିତ ନେତା ରାଜେନ୍ଦ୍ର ଜେନା ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି...

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ...

ଫ୍ରିଜ୍‌ କମ୍ପ୍ରେସର ଫାଟି ଘରେ ଅଗ୍ନିକାଣ୍ଡ

ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର...

ମୂଷାନାଳ ସହର ମୁଖ୍ୟ ରାସ୍ତା ମରଣଯନ୍ତା, ଲୋକେ ହନ୍ତସନ୍ତ

ଲାଞ୍ଜିଗଡ଼,୨୧/୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ମୂଷାନାଳ ସହର ମଝିରେ ଥିବା ମୁଖ୍ୟ ରାସ୍ତାରେ ଗର୍ତ୍ତ ସୃଷ୍ଟି ହୋଇ ମରଣଯନ୍ତା ପାଲଟିଛି।...

୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image