ଧର୍ମଗଡ଼କୁ ରେଳ ଲାଇନ ସଂଯୋଗ ଆଶା ଉଜ୍ଜୀବିତ

ଭବାନୀପାଟଣା,୩୧ା୮ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଧର୍ମଗଡକୁ ରେଳ ଲାଇନ ସଂଯୋଗୀକରଣ ଆଶା ଉଜ୍ଜୀବିତ ହୋଇଛି। ବହୁ ପ୍ରତୀକ୍ଷିତ ଜୁନାଗଡ-ନବରଙ୍ଗପୁର ରେଳ ଲାଇନ ମଧ୍ୟରେ ଧର୍ମଗଡ ନିକଟରେ ଧର୍ମଗଡ ରୋଡ ଷ୍ଟେଶନ ନିର୍ମାଣ ହେବ ବୋଲି ଜଣାପଡିଛି। ଧର୍ମଗଡଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି ଏହି ସୂଚନା ଦେଇଛନ୍ତି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।
ଚଳିତ ମାସରେ କେନ୍ଦ୍ର ବ୍ୟାବିନେଟରେ ଜୁନାଗଡ ନବରଙ୍ଗପୁର ଦୀର୍ଘ ୧୧୬ କି.ମି. ରେଳ ଲାଇନ ପ୍ରକଳ୍ପ ମଞ୍ଜୁର ହୋଇଛି। ତେବେ ଏଥିରେ ଧର୍ମଗଡକୁ ରେଳ ସଂଯୋଗୀକରଣ ପାଇଁ କୌଣସି ପ୍ରାବଧାନ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏହାକୁ ନେଇ ଲୋକେ ରାଜ ରାସ୍ତାକୁ ଓହ୍ଲାଇଥିଲେ। ଏପରି କି ରେଳ ମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ତେବେ ଅଞ୍ଚଳବାସୀଙ୍କ ଆଗେବକୁ ନେଇ କଳାହାଣ୍ଡି ଏମ୍‌ପି ମାଳବିକା କେଶରୀ ଦେଓ, ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଓ ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ରେଳ ମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ ଅନୁରୋଧ କରିଥିଲେ। ଏହାକୁ ବିଚାରକୁ ନେଇ ଏହି ପ୍ରକଳ୍ପ ମଧ୍ୟରେ ଧର୍ମଗଡ ରେଳଷ୍ଟେଶନ ନାମରେ ଏକ ରେଳଷ୍ଟେଶନ ନିର୍ମାଣ ହେବ ବୋଲି ଗ୍ରିନ ସିଗ୍‌ନାଲ ମିଳିଥିବା ସୂଚନା ଦେଇଛନ୍ତି ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝି। ଧର୍ମଗଡ ସହର ଉପଖଣ୍ଡ ସଦର ମହକୁମା ହୋଇଥିବା ବେଳେ ଏହା ଏକ ବ୍ୟବସାୟୀକ ପେଣ୍ଠସ୍ଥଳୀ। ସହରଠାରୁ ଅନତି ଦୂରରେ ରହିଛି ପଡୋଶୀ ରାଜ୍ୟ ଛତିଶଗଡ ସୀମା। ଧର୍ମଗଡକୁ ରେଳ ଲାଇନ ସଂଯୋଗ ନେଇ ଧର୍ମଗଡ ସିଟିଜନ ଫୋରମ ପକ୍ଷରୁ ବିଷ୍ଣୁ ଅଗ୍ରୱାଲ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ରେଳ ବିଭାଗ ପାଖରେ ଏକ ଗ୍ରିଭାନ୍ସ ପିଟିସନ ମଧ୍ୟ ଦାଖଲ କରିଥିଲେ। ତେବେ ବତ୍ତର୍ର୍ମାନ ରାଜ୍ୟ ରେଳ ବିଭାଗ ପକ୍ଷରୁ ଧର୍ମଗଡ ରେଳ ଷ୍ଟେଶନ ନାମରେ ଏକ ରେଳ ଷ୍ଟେଶନ ନିର୍ମାଣ ହେବ ବୋଲି ଏକ ଲିଖିତ ପତ୍ର ମଧ୍ୟ ହସ୍ତଗତ ହୋଇଛି। ଯାହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଆଶ୍ୱସ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ପୁଣି କୋଇଡ଼ା ଅଞ୍ଚଳରେ ସକ୍ରିୟ ହେଲେ ମାଓବାଦୀ, ପୋଷ୍ଟରରେ ଲେଖିଲେ…

ଟେନ୍‌ସା,୨୦ା୯(ସମୀର କୁମାର ପାଢ଼ୀ): ଝାଡ଼ଖଣ୍ଡ ଓ ଓଡ଼ିଶା ସୀମାନ୍ତବର୍ତ୍ତୀ ଅଞ୍ଚଳ କୋଇଡ଼ା ବ୍ଲକର କେ.ବଳାଙ୍ଗ ଥାନା ଅନ୍ତର୍ଗତ ରେଞ୍ଜରା ରେଲଓ୍ବେ ସାଇଡିଂରେ ମାଓବାଦୀ ପୁଣି ସକ୍ରିୟ...

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

ଜଙ୍ଗଲକୁ ସ୍ବାମୀଙ୍କ ସହ କାଠ ଆଣିବାକୁ ଯାଇଥିଲେ, ଝଗଡା ହେବାରୁ କଲେ ଏଭଳି କାଣ୍ଡ

ଟେନସା,୨୦।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କୋମଣ୍ଡ ଗ୍ରାମରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପରିଚୟ ମାଙ୍ଗରି ମୁଣ୍ଡା...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୨୦।୯ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri