Categories: ରାଜ୍ୟ

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଭୟାନକ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏଥିସହ ଉଦ୍ଧାର କାର୍ଯ୍ୟ ଏବଂ ଆହତମାନଙ୍କର ଚିକିତ୍ସା ବ୍ୟବସ୍ଥା ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଏହା ବଡ ଟ୍ରେନ ଦୁର୍ଘଟଣା। ରେଳବାଇ, ଏନଡିଆରଏଫ, ଏସଡିଆରଏଫ ଏବଂ ରାଜ୍ୟ ସରକାର ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସର୍ବୋତ୍ତମ ସମ୍ଭାବ୍ୟ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ।

Share