୨୩ରୁ ପୁଣି ବର୍ଷା: ତିନି ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ମାସକରେ ଲଗାତର ୩ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗିରହିଛି। ଅଧିକାଂଶ ଅଞ୍ଚଳରେ ଲୋକେ ପାଣି ଘେରରେ ନାନା ଦୁର୍ଦ୍ଦଶା ଭିତରେ କାଳାତିପାତ କରୁଛନ୍ତି। ତେବେ ଦୁଇଦିନ ଧରି ଶୁଖିଲା ପାଗ ବନ୍ୟା ବିପନ୍ନଙ୍କୁ ଆଶ୍ୱସ୍ତ ଦେଇଥିବାବେଳେ ଏବେ ବର୍ଷା ପାଇଁ ପୁଣି ଚିନ୍ତା ବଢ଼ିଛି। ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷକରି ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ୨୩ ତାରିଖରେ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ତିନି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିଭଳି ୨୪ରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ଅନୁଗୋଳ ଓ ଢେଙ୍କାନାଳରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ ବଜ୍ରପାତ ନେଇ ପାଣିପାଗ କେନ୍ଦ୍ର ସତର୍କ କରାଇଛି। ବଜ୍ରପାତ ନେଇ ଏସବୁ ଜିଲାକୁ ୨୪ରୁ ୨୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେପଟେ ରବିବାର ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ବାଲେଶ୍ୱର ଜିଲାରେ ସର୍ବାଧିକ ୨୯.୨ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ହୀରାକୁଦରେ ୨୨, ସମ୍ବଲପୁରରେ ୧୨.୨, ସୋନପୁର ୧୦.୮, ଅନୁଗୋଳ ୯, ନୟାଗଡ଼ ୮, ବଲାଙ୍ଗୀର ୫, ପାରଳାଖେମୁଣ୍ଡି ୬.୮ ଓ ବରଗଡରେ ୬.୨ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍‌ରୁ ମୁକୁଳିପାରିବେ ନାହିଁ

ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍‌ ଯାଜପୁରର ପୂର୍ବତନ...

୬ ଘଣ୍ଟାରେ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ଛେଚିବ…

ଭୁବନେଶ୍ୱର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର...

ଦେଶର ପାଓ୍ବାରଫୁଲ ୧୦ ଡିଜି, କାଲି ହେବ ରଣନୀତି, ଶତ୍ରୁପକ୍ଷ…

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ହେବ ରଣନୀତି। ସାବାଡ ହେବେ ଶତ୍ରୁ। ଟପ୍‌ ପୋଲିସ ଅଫିସରଙ୍କ ସହ ରଣନୀତି ପ୍ରସ୍ତୁତ କରିବେ ଅଜିତ ଡୋଭାଲ। ତାଙ୍କ ନାଁ ଉଣା...

ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ

ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ...

ଲଘୁଚାପ ବର୍ଷା ବଢାଇଲା ଚାଷୀଙ୍କ ଚିନ୍ତା

ଧରାକୋଟ,୨୯ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଲଘୁଚାପ ଜନିତ ବର୍ଷା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଗଞ୍ଜାମ ଜିଲାରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା...

ବସିଥିଲେ ମୋଦି, ଏ କ’ଣ କହିଦେଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୨୯।୧୧: ବିିମାନବନ୍ଦରରୁ ସିଧା ସଭାସ୍ଥଳରେ ପହଞ୍ଚିଥିଲେ ମୋଦି । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମଞ୍ଚ ଉପରକୁ ମୋଦିଙ୍କୁ ସ୍ବାଗତ କରିଥିଲେ ।...

ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍‌ କଲେ ମୋଦି! ବିରୋଧୀ ଛାନିଆ…

ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ...

ବିଦ୍ୟାଳୟ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍‌

ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍‌ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri