Advertisement

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରରେ ବୁଧବାର ୟେଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲାଗୁଡିକରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share