ରାଜ୍ୟର ଏସବୁ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଆସନ୍ତା ତିନି ଘଣ୍ଟା ମଧ୍ୟରେ କଟକ ଏବଂ ଭୁବନେଶ୍ୱରର ସମେତ ରାଜ୍ୟର ୧୩ଟି ଜିଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଏବଂ କୋରାପୁଟ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟରେ ବାହାରକୁ ନ ବାହାରି ସୁରକ୍ଷିତ ସ୍ଥାନରେ ରହିବାକୁ ପାଣିପାଗ ବିଭଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।

Share