ଭୁବନେଶ୍ୱର,୪।୧୦(ବ୍ୟୁରୋ): ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହା ଆହୁରି ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଜି ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରାଜ୍ୟରେ ୧୧ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲାଗୁଡିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
#ଲଘୁଚାପ କ୍ଷେତ୍ର ବର୍ତ୍ତମାନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ସମୁଦ୍ର ମଧ୍ୟରେ ଆନ୍ଧ୍ରଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି, ଏହା ଆଗାମୀ 24 ଘଣ୍ଟା ମଧ୍ୟରେ ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି pic.twitter.com/SvudTb6VDz
— Meteorological Centre, Bhubaneswar (@mcbbsr) October 4, 2022