Advertisement

୩ରୁ ବର୍ଷା ! ଏସବୁ ଜିଲାରେ କୁଆପଥର ମାଡ଼କୁ ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧।୨(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ରେ ଏହାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଫେବୃଆରୀ ୩ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉତ୍ତର ଓ ଅବଶିଷ୍ଟ ଜିଲା ଏବଂ ଦକ୍ଷିଣ ଓ ସୋନପୁର, ବଲାଙ୍ଗିର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓ ଜିଲା ଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପ କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେୟଲୋ ୱାର୍ନିଂ ଜାରି କରାଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share