୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୋଳ ଜିଲାରେ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ଯୋଗୁ ପାଣି ଜମିବା ସହ କିଛି ଜାଗାରେ ଆକସ୍ମିକ ବନ୍ୟା ନେଇ ଆଶଙ୍କା କରାଯାଇଛି। ସେହିପରି ୯ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉକ୍ତ ଜିଲା ଗୁଡିକ ହେଲା କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, ପୁରୀ, କଳାହାଣ୍ଡି, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟ। ଏହି ଜିଲା ଗୁଡିକରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share